Posted inରାଜ୍ୟ

ବଢୁଛି ପୋଲିସର ଅତ୍ୟାଚାର:ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ପରିବାର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଗଞ୍ଜାମ ଜିଲା ସଲପତଇଲା ଗ୍ରାମରେ ରହୁଥିବା କେତେକ ଆଦିବାସୀ ପରିବାର ଉପରେ ପୋଲିସର ନିର୍ଯାତନା ବଢିବାରେ ଲାଗିଛି। ତାରସିଂ ଥାନା ପୋଲିସ ମିଥ୍ୟା ମାମଲାରେ ଲୋକଙ୍କୁ ମନଇଚ୍ଛା ଉଠାଇ ନେଇ ନିର୍ଯାତନା ଦେଉଛି। ମଦ ବିକ୍ରି କରିବା ଅଭିଯୋଗରେ ଆଦିବାସୀଙ୍କ ଘରେ ପଶି ମହିଳାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରୁଛି। ଏଭଳି ଅକଥନୀୟ ନିର୍ଯାତନାର ଶିକାର ହୋଇ ୪ ଆଦିବାସୀ ପରିବାରର ୮ ଜଣ ସଦସ୍ୟ ମଙ୍ଗଳବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ୨୦୧୮ରେ ସଲପତଇଲା ଗ୍ରାମର ଗଣେଶ ମଲ୍ଲିକ ଓ ଜିତୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ପ୍ରଥମେ ନିଖୋଜ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ ଖୋଜାଖୋଜି ପାଇଁ ତତ୍ପରତା ପ୍ରକାଶ କରି ନ ଥିଲା। ମୃତଦେହ ମିଳିବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଜିତୁ ହତ୍ୟା ମାମଲାରେ ସମ୍ପୃକ୍ତ କଟକ ଜିଲା ବଡମ୍ବା ଅଞ୍ଚଳର ବିଭୂତି ଭୂଷଣ ରଥଙ୍କୁ ପୋଲିସ ଗିରଫ ନ କରି ତାଙ୍କ ଘର ପୋଡି ଘଟଣାରେ ପୋଲିସ ଆଦିବାସୀ ଲୋକଙ୍କ ନାଁରେ ମିଛ ମାମଲା କରି ନାନା ନିର୍ଯାତନା ଦେଉଥିଲେ। ଏନେଇ ସେମାନେ ଜିଲା ଏସ୍‌ପି, ଡିଆଇଜି ଏବଂ ପୋଲିସ ଡିଜିଙ୍କୁ ଭେଟିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ସେମାନେ କହିଛନ୍ତି। ଏନେଇ ଗଞ୍ଜାମ ଏସ୍‌ଡିଓପିଓ ଶୁଭ୍ରାଂଶୁ ମିଶ୍ରଙ୍କୁ ଫୋନ୍‌ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କଲ୍‌ ରିସିଭ୍‌ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri