ହାଇକୋର୍ଟଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଆଇନ ଉପରେ ହେବ ସୋସିଆଲ ଅଡିଟ୍‌

କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍‌ କରାଯିବ। ଏହି ଅଡିଟ୍‌ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସଚେତନ ହେବା ସହିତ ଲୋକେ ସେମାନଙ୍କ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ ହେବେ। ବିଶେଷକରି କୁପୋଷଣ (ଅପପୁଷ୍ଟି) ରୋକିବା ପାଇଁ ସରକାର ପ୍ରଣୟନ କରିଥିବା ବିଭିନ୍ନ ଯୋଜନାର ଠିକ୍‌ କାର୍ଯ୍ୟକାରିତା ବାବଦରେ ମଧ୍ୟ ଏହି ଅଡିଟ୍‌ରୁ ସବିଶେଷ ସୂଚନା ମିଳିପାରିବ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଅଡିଟ୍‌ର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅପପୁଷ୍ଟି ରୋକିବା ପାଇଁ ସରକାରଙ୍କ ବହୁବିଧ ଯୋଜନା ସତ୍ତ୍ବେ ମାଲକାନଗିରି ଜିଲାରେ ବହୁ ସଂଖ୍ୟକ ଶିଶୁ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏହି ରୋଗରେ ପୀଡ଼ିତ ହୋଇ ଅନେକ ଶିଶୁଙ୍କ ମୃତ୍ୟୁ ଘଟିଛି। ୨୦୦୭-୦୮ରୁ ୨୦୧୧-୧୨ ମଧ୍ୟରେ ଏହି ଜିଲାରେ ୫ହଜାରରୁ ଊର୍ଦ୍ଧ୍ୱ ଶିଶୁ କୁପୋଷଣର ଶିକାର ହୋଇଥିଲେ। ଏହାକୁ ନେଇ ଆଡଭୋକେଟ ପ୍ରବୀର ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହା ପରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସମାନ ଧରଣର ଆଉ ଏକ ମାମଲା ହାଇକୋର୍ଟରେ ରୁଜୁ ହୋଇଥିଲା। ମଙ୍ଗଳବାର ଉକ୍ତ ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ ବିଚାରପତି ଜଷ୍ଟିସ୍‌ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଆଇନର ଧାରା ୧୫ ଅନୁଯାୟୀ ପ୍ରତ୍ୟେକ ଜିଲାରେ ଆପତ୍ତି ଅଭିଯୋଗ ଶୁଣିବା ପାଇଁ ଜଣେ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତି ଦିଆଯିବ। ଏହି ଅଧିକାରୀମାନେ ଲୋକଙ୍କୁ ସେମାନଙ୍କ ଅଧିକାର ଓ ଆଇନ ସମ୍ପର୍କରେ ସଚେତନ କରାଇବେ। ଅଧିକାରୀ ନିଯୁକ୍ତ ପାଇଁ ସରକାର ଆସନ୍ତା ଜାନୁୟାରୀ ୩୧ ତାରିଖ ସୁଦ୍ଧା ନିୟମାବଳୀ ପ୍ରସ୍ତୁତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଉକ୍ତ ଆଇନର ଧାରା ୨୮ ଅନୁଯାୟୀ ସୋସିଆଲ ଅଡିଟ୍‌ କରାଯିବ ବୋଲି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri