ଗମ୍ଭୀର ସ୍ଥିତିରେ ଅର୍ଥ ବ୍ୟବସ୍ଥା:ଆଇଏମ୍‌ଏଫ୍‌

ଓ୍ବାଶିଂଟନ,୨୫-୧୨: ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ ଅଭିବୃଦ୍ଧିର ପ୍ରମୁଖ ଇଞ୍ଜିନ ହୋଇଥିବାରୁ ସରକାର ଏହାକୁ ଧ୍ୟାନରେ ରଖି ପଦକ୍ଷେପ ନେବାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ମଙ୍ଗଳବାର ପରାମର୍ଶ ଦେଇଛି। ନିବେଶ ଏବଂ ଚାହିଦା କମିବା, ରାଜସ୍ବ ହ୍ରାସ ଭଳି ଅନ୍ୟ ପ୍ରମୁଖ କାରଣ ଯୋଗୁ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଭାରତୀୟ ଅର୍ଥ ବ୍ୟବସ୍ଥାରେ ଗତି ମନ୍ଥର ହୋଇଥିବା ଆଇଏମ୍‌ଏଫ୍‌ ଏହାର ବାର୍ଷିକ ସମୀକ୍ଷାରେ ପ୍ରକାଶ କରିଛି।
ନିୟୁତାଧିକ ଲୋକଙ୍କୁ ଦାରିଦ୍ର୍ୟରୁ ବାହାରକୁ ଆଣିବା ପରେ ଭାରତ ଏବେ ମାନ୍ଦାବସ୍ଥା ଦେଇ ଗତି କରୁଥିବା ଆଇଏମ୍‌ଏଫ୍‌ର ଏସିଆ ପାସିଫିକ ବିଭାଗର ମୁଖ୍ୟ ରନିଲ ସାଲଗାଡୋ କହିଛନ୍ତି। ଭାରତ ଦ୍ରୁତ ଅଭିବୃଦ୍ଧି ପଥକୁ ଫେରିବାକୁ ହେଲେ ଜରୁରୀ ଭିତ୍ତିରେ ନୀତିଗତ ପଦକ୍ଷେପ ନେବାକୁ ହେବ। ଏଭଳି ସ୍ଥିତିରେ ଉଚ୍ଚ ହାରର ଋଣ ଏବଂ ଋଣ ଉପରେ ସୁଧ ପ୍ରଦାନ ଯୋଗୁ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ଲାଗି ସରକାରଙ୍କ ପାଖରେ ବହୁତ କମ୍‌ ସୁଯୋଗ ରହିଥିବା ସେ ମତ ରଖିଛନ୍ତି। ଆସନ୍ତା ମାସରେ ଆଇଏମ୍‌ଏଫ୍‌ ଏହାର ଓ୍ବାର୍ଲଡ ଇକୋନୋମିକ ଆଉଟଲୁକ ପ୍ରକାଶ କରିବ। ଏହା ଭାରତର ବିକାଶ ହାରକୁ କମ୍‌ କରିବା ନେଇ ପୂର୍ବରୁ ଆଇଏମ୍‌ଏଫ୍‌ ମୁଖ୍ୟ ଅର୍ଥନୀତିଜ୍ଞ ଗୀତା ଗୋପିନାଥ ନିକଟରେ ଆଭାସ ଦେଇଥିଲେ। ଭାରତର ବିକାଶ ହାର ଲଗାତାର ଭାବେ ଖସୁଥିବାରୁ ରେଟିଂ କମିବା ନେଇ ଆଇଏମ୍‌ଏଫ୍‌ ପକ୍ଷରୁ କୁହାଯାଇଛି।
ଚଳିତ ବର୍ଷ ଅକ୍ଟୋବରରେ ଭାରତର ବିକାଶ ହାରକୁ ଆଇଏମ୍‌ଏଫ୍‌ ୬.୧%କୁ କମାଇଛି। ସେହିଭଳି ୨୦୨୦ରେ ଭାରତର ଅଭିବୃଦ୍ଧି ହାର ୭.୦% ରହିବା ନେଇ ଏହା ପୂର୍ବାନୁମାନ କରିଛି। ଯଦି ମାନ୍ଦାବସ୍ଥା ଲାଗି ରହେ ତେବେ ଭାରତର କେନ୍ଦ୍ରୀୟ ବ୍ୟାଙ୍କ ପୁଣି ଥରେ ଏହାର ରେପୋ ହାରକୁ କମାଇପାରେ ବୋଲି ସାଲଗାଡୋ ମତ ରଖିଛନ୍ତି। ଚଳିତ ବର୍ଷ ରିଜର୍ଭ ବ୍ୟାଙ୍କ ଲଗାତାର ଭାବେ ୫ମ ଥର ଲାଗି ରେପୋ ହ୍ରାସ କରିଥିଲା। ହେଲେ ଦରଦାମ ବଢିବା ଯୋଗୁ ଏହା ରେପୋ ହ୍ରାସ ଧାରାରେ ବିରତି ଦେଇଛି। ଚାହିଦା ଏବଂ ମାନୁଫାକଚରିଂ କାର୍ଯ୍ୟକଳାପ କମିବା ଯୋଗୁ ଦେଶର ବିକାଶ ହାର ପୂର୍ବାନୁମାନକୁ ରିଜର୍ଭ ବ୍ୟାଙ୍କ ୬.୧%ରୁ ୫%କୁ କମାଇ ଦେଇଛି। ଚଳିତ ବର୍ଷ ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଅଭିବୃଦ୍ଧି ହାର ୬ ବର୍ଷର ସର୍ବନିମ୍ନ ସ୍ତର ୪.୫%କୁ ଖସିଛି। ଏହା ଗୋଟିଏ ବର୍ଷ ତଳେ ୭% ରହିଥିବା ସରକାରୀ ତଥ୍ୟରୁ ଜଣାପଡିଛି। ସାଲ୍‌ଗାଡୋ କହିଛନ୍ତି, ଭାରତ ସରକାର ସଂସ୍କାର ଧାରା ତ୍ୱରାନ୍ବିତ କରିବା ଆବଶ୍ୟକ। ଅର୍ଥ ବ୍ୟବସ୍ଥାକୁ ଋଣ ଯୋଗାଣ ଲାଗି ଦେଶର ଆର୍ଥତ୍କ କ୍ଷେତ୍ର ସ୍ବାସ୍ଥ୍ୟକୁ ଉନ୍ନତ କରିବା ଦିଗରେ କାର୍ଯ୍ୟ କରିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri