ବିଭିନ୍ନ ଧାନମଣ୍ଡି ପରିଦର୍ଶନ କଲେ ଉପଜିଲାପାଳ

ଆଠମଲ୍ଲିକ,୨୫।୧୨(ଡି.ଏନ.ଏ.): ଆଠମଲ୍ଲିକ ଉପଜିଲାପାଳ ଡ.ରଜନୀକାନ୍ତ ବିଶ୍ୱାଳ ବୁଧବାର ଆଠମଲ୍ଲିକ ଓ କିଶୋରନଗର ଅଞ୍ଚଳର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବା ପଞ୍ଜିକୃତ ଚାଷୀମାନଙ୍କ ସହ ସେ କଥା ହୋଇ ତାଙ୍କର ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହିତ ସେମାନେ ଯେଭଳି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଯତ୍ନବାନ ହେବା ପାଇଁ ସମବାୟ ସମିତିର ସମ୍ପାଦକ ଏବଂ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ। ପରେ ମାଧପୁର ଧାନମଣ୍ଡି ପରିଦର୍ଶନ କରିଥିଲେ। ଏହି ମଣ୍ଡିରେ ୨୪ ଜଣ ପଞ୍ଜିକୃତ ଚାଷୀ ଧାନ ଦେଇପାରିବେ ବୋଲି ଜଣାଯାଇଛି। ଏହି ସମୟରେ ସହକାରୀ ଯୋଗାଣ ଅଧିକାରୀ ଦାଶରଥି ସୋରେନ, ସମବାୟ ସମିତ ସଭାପତି ବିଶ୍ୱାମିତ୍ର ମହାକୁଡ, ସମ୍ପାଦକ ସର୍ବେଶ୍ୱର ଗୁରାଣ୍ଡି ଆଦି ଉପସ୍ଥିତ ଥିଲେ। ଏହାପରେ ବାମୁର ପ୍ରାଥମିକ ସେବା ସମବାୟ ସମିତି ଧାନମଣ୍ଡି ପରିଦର୍ଶନ କରିଥିଲେ। ୨୨ ଜଣ ପଞ୍ଜିକୃତ ଚାଷୀ ଧାନ ମଣ୍ଡିକୁ ଆଣିଥିଲେ। ବାମୁରରେ ସମବାୟ ସମିତିର ସଭାପତି ସଞ୍ଜୀବ ପ୍ରଧାନ, ସହକାରୀ ନିବନ୍ଧକ ସମବାୟ ସଂସ୍ଥା ସୁରେଶ ଚନ୍ଦ୍ର ଜେନାଙ୍କ ସହ ବହୁ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri