ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର ବାମଗୋଡ଼ଟି ଭାଙ୍ଗି ଯାଇଛି। ମୃତ ମହିଳା ଜଣକ ହେଲେ କାଦୁଆ ଡାଳଖାଇର ଋଷି ନାଇକଙ୍କ ସ୍ତ୍ରୀ ଝୁନୁ କୁମାରୀ ନାଇକ (୨୩)। ଥାନାରେ ଚାଳକ ସନ୍ତୋଷ ସେଠୀ ଦେଇଥିବା ଅଭିଯୋଗ ପ୍ରକାରେ ନଂ.୨୨୧/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ଚାଳକ ସନ୍ତୋଷ ନରେନ୍ଦ୍ରପୁର ସ୍ଥିତ ତାଙ୍କ ଚିକେନ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଝୁନୁ ତାଙ୍କ ଝିଅଙ୍କୁ ନେଇ ସେଠାରେ ପହଞ୍ଚତ୍ଥିଲେ। ବାପାଙ୍କ ଦେହ ଖରାପ ଥିବା କହି ଝୁନୁ ତାଙ୍କୁ ଛାମୁଣ୍ଡା ଗ୍ରାମରେ ଛାଡିଦେବାକୁ ଅନୁରୋଧ କରିଥିଲେ। ଏନେଇ ସନ୍ତୋଷ ଲୁନାରେ ଝୁନୁ ଓ ତାଙ୍କ ଝିଅଙ୍କୁ ଧରି ନରେନ୍ଦ୍ରପୁର ଗ୍ରାମରୁ ଛାମୁଣ୍ଡା ଯାଉଥିଲେ। ବାଟରେ ଜଗନ୍ନାଥପ୍ରସାଦ କୃଷି ଫାର୍ମ ଠାରେ ପଛପଟୁ ଏକ ଅଜଣା ଚାରିଚକିଆ ଯାନ ଧକ୍କା ଦେଇଥିଲା। ଫଳରେ ୩ ଜଣ ଛିଟିକି ପଡିଥିଲେ। ପିସିଆର୍ ଗାଡି ସେହି ରାସ୍ତା ଦେଇ ଯାଉଥିବାବେଳେ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ଚାଲିଥିବାବେଳେ ଝୁନୁଙ୍କ ମୃତ୍ୟୁ ହୋଇଥିଲା। ଝିଅର ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲକୁ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇ ଦିଆଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ…
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...
କଟକରେ ଐତିହାସିକ ରେକର୍ଡ କଲେ ବୁମ୍ରା: ପ୍ରଥମ ଭାରତୀୟ ବୋଲର୍ ଭାବେ…
କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...
ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍: ଆଉ ତା’ପରେ ଘଟିଗଲା…
କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍ରେ ଭାରତ ୧୦୧ ରନ୍ରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...
ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...
ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ
ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...
ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ
ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...
Archives


