ଜାନୁୟାରୀ ୪ରୁ ଶିଶିର ସରସ ମେଳା: ଯୋଗଦେବେ ୨୫ ରାଜ୍ୟର କାରିଗର

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀକୁ ବିପଣନ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଜାନୁୟାରୀ ୪ରୁ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଶିଶିର ସରସ ମେଳା। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓର୍‌ମାସ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଜାତୀୟସ୍ତରୀୟ ମେଳାରେ ଓଡ଼ିଶା ସମେତ ୨୫ ରାଜ୍ୟର କାରିଗର ଅଂଶଗ୍ରହଣ କରିବେ। ମୋଟ ୩୦୦ ଷ୍ଟଲ୍‌ରେ ଚଳିତବର୍ଷ ଏକ ମିନି ଇଣ୍ଡିଆ ବଜାର ସୃଷ୍ଟି କରାଯିବ। ଉତ୍ତର-ପୂର୍ବ ରାଜ୍ୟର ବାଉଁଶ ଶିଳ୍ପ, ଘରସଜ୍ଜା ସାମଗ୍ରୀ, ଶୀତ ପୋଷାକ, ଉତ୍ତର ପ୍ରଦେଶର ହସ୍ତତନ୍ତ, ସିଲ୍‌କ ଏବଂ ରଟ୍‌ ଆଇରନ ସାମଗ୍ରୀ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ର ଟସର କପଡ଼ା ଓ ଲୁଗା, ରାଜସ୍ଥାନ, ଗୁଜରାଟ ଏବଂ ମହାରାଷ୍ଟ୍ରର ଖାଦ୍ୟ, ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁର ହସ୍ତତନ୍ତ ଓ ଘରକରଣା ସାମଗ୍ରୀ, ପଞ୍ଜାବର ଫୁଲକରୀ ପୋଷାକ ସହତି ଜମ୍ମୁ ଓ କଶ୍ମୀରର ଶୀତ ପୋଷାକ ମେଳାର ପ୍ରମୁଖ ଆକର୍ଷଣ ରହିବ।
ସେହିଭଳି ଓଡ଼ିଶାର ୩୦ ଜିଲାରୁ ସ୍ବୟଂ ସହାୟକ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ମେଳାରେ ସାମିଲ ହେବେ। ଟେରାକୋଟା ସାମଗ୍ରୀ, ବିଭିନ୍ନ ପ୍ରକାର ମସଲା, ହସ୍ତତନ୍ତ ସାମଗ୍ରୀ, ଜଙ୍ଗଲଜାତ ଦ୍ରବ୍ୟ, କାଇଁଚରୁ ପ୍ରସ୍ତୁତ ସାମଗ୍ରୀ ଏବଂ ସବାଇ ଘାସରୁ ପ୍ରସ୍ତୁତ ଘରକରଣା ସାମଗ୍ରୀ ମେଳାରେ ଉପଲବ୍ଧ ହେବ। ଶୁକ୍ରବାର ଏସ୍‌ପିଆର୍‌ସି ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ଚଳିତବର୍ଷ ମେଳା ପରିସରକୁ ପରିଷ୍କାର ରଖିବା ସହ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାସହ ପାନୀୟ ଜଳ ସୁବିଧା, କଡ଼ା ସୁରକ୍ଷା ବ୍ୟବସ୍ଥା, ଆଲୋକ ସୁବିଧା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ଉପଲବ୍ଧ କରାଯାଇଛି। ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ୧୨ ଷ୍ଟଲକୁ ନେଇ ସ୍ବତନ୍ତ୍ର ଫୁଡ୍‌କୋର୍ଟ କରାଯାଇଛି। ବିହାର, ଗୁଜରାଟ, ମହାରାଷ୍ଟ୍ର, ତେଲଙ୍ଗାନା, ଛତିଶଗଡ଼, ଝାଡ଼ଖଣ୍ଡ, ହରିୟାଣା ଓ କେରଳର ଖାଦ୍ୟ ସହ ଗ୍ରାହକ ଏଠାରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ଖାଇପାରିବେ। ବାରିପଦା ମୁଢ଼ିମାଂସ, କେନ୍ଦ୍ରାପଡ଼ା ରସାବଳି, ପାରମ୍ପରିକ ଓଡ଼ିଆ ପିଠା ଓ ମିଲେଟ ମିଶନ ଦ୍ୱାରା ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଫୁଡ୍‌ଷ୍ଟଲ୍‌ରେ ବିକ୍ରି ହେବ। ବ୍ୟବସାୟୀମାନେ ଗ୍ରାହକଙ୍କଠାରୁ ଯେପରି ଉଚିତ୍‌ ଦର ନେବେ ତାହା ଉପରେ ଚଳିତବର୍ଷ କର୍ତ୍ତୃପକ୍ଷ ନଜର ରଖିବେ ବୋଲି ମନ୍ତ୍ରୀ କହିଛନ୍ତି। ଖବରଦାତା ସମ୍ମିଳନୀରେ ଓର୍‌ମାସର ସିଇଓ ଏସ୍‌.ଆର. ପ୍ରଧାନ, ଯୁଗ୍ମ ସଚିବ ସ୍ବୟଂପ୍ରଭା ମହାନ୍ତି ଉପସ୍ଥିତ ଥିବାବେଳେ ମନ୍ତ୍ରୀ ଜେନା ନୂତନ ଡାଏରୀ ଓ କ୍ୟାଲେଣ୍ଡର ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri