ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: କୋଟିପତି ଫରେଷ୍ଟର ଅଟକ

ବ୍ରହ୍ମପୁର ଅଫିସ,୨୯ା୧୨: ବ୍ରହ୍ମପୁର ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ବ୍ରାହ୍ମଣୀଗଁା ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ଶନିବାର ଅଟକ ରଖିଛି। ଶୁକ୍ରବାର ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ଆକଳନ କରିଥିଲା। ସେହିପରି ଭିଜିଲାନ୍ସ ଶନିବାର ମଧ୍ୟ ତାଙ୍କ ସମ୍ପତ୍ତିର ଆକଳନ ଜାରି ରଖିଛି ବୋଲି ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ଫରେଷ୍ଟର କୈଳାସଙ୍କ ଠାବ ହୋଇଥିବା ୧ କୋଟି ୧୪ ଲକ୍ଷ ୪୧୧ ଟଙ୍କା ସମ୍ପତ୍ତିର ହିସାବ ଜେରା ସମୟରେ ସେ ଦେଇପାରି ନ ଥିବା ବେଳେ ଶନିବାର ବ୍ରହ୍ମପୁର ଲୋଚପଡା ଅଞ୍ଚଳରେ ଥିବା ତାଙ୍କ ଅନ୍ୟ ଏକ ବାସଭବନର ମୂଲ୍ୟ ଆକଳନ ଚାଲିଥିବା ଏସ୍‌ପି ସ୍ବାଇଁ କହିଛନ୍ତି।
ପ୍ରକାଶଯେ, କୈଳାସ ପୂର୍ବରୁ ତୁମୁଡିବନ୍ଧ, କେ.ନୂଆଗଁା ବ୍ଲକରେ ଫରେଷ୍ଟର ଥିବା ବେଳେ ତାଙ୍କ ନାମରେ ସରକରୀ ଅର୍ଥ ହଡପ ଅଭିଯୋଗ ହୋଇଥିଲା। ଶୁକ୍ରବାର କୈଳାସଙ୍କ ରେଞ୍ଜ ଅଫିସ, ବାଲିଗୁଡା ବଜାର କଲୋନୀ ବାସଭବନ ସମେତ ୭ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ମା’ ଠାକୁରାଣୀଙ୍କ ଯାତ୍ରାରେ ନବମ ଦିନରେ ପ୍ରକମ୍ପିତ ଗୌଡ଼ ସାହି

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମା’ ଠାକୁରାଣୀଙ୍କ ଯାତ୍ରା ୯ମ ଦିନରେ ପହଞ୍ଚିଛି। ଏହି ୯ଦିନ ଧରି ଦାରିଙ୍ଗବାଡ଼ିି ଉତ୍ସବମୁଖର ହୋଇପଡ଼ିଥିବା ବେଳେ ପ୍ରତିଦିନ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri