ବେସରକାରୀ ବିଦ୍ୟାଳୟରୁ ୧୧ ଛାତ୍ରୀଛାତ୍ର ଉଦ୍ଧାର: ଘରୋଇ କାମରେ ଲଗାଯାଉଥିବା ଅଭିଯୋଗ

କାମାକ୍ଷାନଗର,୨୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତରେ ଥିବା ଏକ ବେସରକାରୀ ଶିକ୍ଷାନୁଷ୍ଠାନରୁ ଶନିବାର ପ୍ରଶାସନ ୧୦ ବର୍ଷରୁ କମ୍‌ ବୟସର ୧୧ ଜଣ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଅଭିଭାବକଙ୍କ ଜିମା ଦେଇଛି। ପାଠ ପଢ଼ା ନଁ।ରେ ପିଲାମାନଙ୍କୁ ଘରୋଇ କାମରେ ନିୟୋଜିତ କରାଯିବା, ଠିକ୍‌ ଭାବେ ଖାଇବାକୁ ନ ଦେବା ଓ ରାତିରେ ପିଲାମାନଙ୍କୁ ତାଲା ପକାଇ କର୍ତ୍ତୃପକ୍ଷ ପଳାଇ ଯାଉଥିବା ଅଭିଭାବକମାନେ ଅଭିଯୋଗ କରିବା ପରେ ପ୍ରଶାସନ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।
ଅଭିଯୋଗ ଅନୁଯାୟୀ, ଶିକ୍ଷାଦାନ ନାଁରେ ଉକ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ ୧୧ ଜଣ ଆଦିବାସୀ ପିଲାଙ୍କୁ ରଖାଯାଇଥିଲା। ମାତ୍ର ବିଦ୍ୟାଳୟର ସମ୍ପାଦକ ଓ ଅଧ୍ୟକ୍ଷା ଥିବା ତାଙ୍କ ସ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ସେଠାରେ ପଢାଇବା ବଦଳରେ ନିଜ ଘରେ କାମ କରାଉଥିଲେ। ଏପରି କି ବିଲରୁ ଧାନ କାଟିବା, ବାଡ ଦେବା ଆଦି କାର୍ଯ୍ୟ ପିଲାଙ୍କ ଦ୍ୱାରା କରାଉଥିଲେ। ଏହାଛଡ଼ା ରାତିରେ ପିଲାମାନଙ୍କୁ ଖାଇବାକୁ ନ ଦେଇ ତାଲା ପକାଇ ସମ୍ପାଦକ ଓ ତାଙ୍କ ସ୍ତ୍ରୀ ପଳାଇ ଯାଉଥିଲେ। ଏ ନେଇ ଛାତ୍ରୀଛାତ୍ରମାନେ ଅଭିଭାବକଙ୍କୁ ଜଣାଇବା ପରେ ଶୁକ୍ରବାର ରାତି ପ୍ରାୟ ୧୧ଟାରେ ୧୦ ଜଣ ଅଭିଭାବକ ବିଦ୍ୟାଳୟରେ ପହଞ୍ଚିଥିଲେ। କର୍ତ୍ତୃପକ୍ଷ ସେଠାରେ ନ ଥିବାବେଳେ ପିଲାମାନଙ୍କୁ ଖାଇବାକୁ ଦିଆଯାଇ ନ ଥିବା ସେମାନେ ଦେଖିବାକୁ ପାଇଥିଲେ। ସକାଳେ ଖବରପାଇ କାମାକ୍ଷାନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଜଳଧର ଲେଙ୍କା, କାମାକ୍ଷାନଗର ଥାନା ଏସ୍‌ଆଇ ଶ୍ରୀନିବାସ ସେଠୀ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ମହୁଲପାଳ ଗ୍ରାମ କମିଟି ସଭାପତି ସୁଶାନ୍ତ କୁମାର ପଟ୍ଟନାୟକ ଭୋକିଲା ପିଲାଙ୍କୁ ବିସ୍କୁଟ ଓ ପାଣି ଯୋଗାଇବା ସହ ଘଟଣାକୁ ନିନ୍ଦା କରିଥିଲେ। ଏ ସମ୍ପର୍କରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଲେଙ୍କା କହିଛନ୍ତି, ଘଟଣାରେ ସତ୍ୟତା ରହଛି। ପିଲାଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଆଗକୁ ତଦନ୍ତ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ଏପରି ଅଭିଯୋଗକୁ ବିଦ୍ୟାଳୟ ଅଧ୍ୟକ୍ଷା ଖଣ୍ଡନ କରିଛନ୍ତି। ସେ କହିଛନ୍ତି ସ୍କୁଲ ବିରୋଧରେ ଏହା ଏକ ଷଡଯନ୍ତ୍ର। ଏଥିରେ କୌଣସି ସତ୍ୟତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri