କିଡ୍‌ନୀ ଚୋରି ମାମଲା: ଆପୋଲୋ ହସ୍ପିଟାଲ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): କିଡ୍‌ନୀ ଚୋରି ସଂକ୍ରାନ୍ତ ମାମଲାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ପକ୍ଷରୁ କରାଯାଇଥିବା ଯୁକ୍ତିକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖାରଜ କରିଛନ୍ତି। ଏଥିସହ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହସ୍ପିଟାଲ ରେଜିଷ୍ଟ୍ରେଶନ ରଦ୍ଦ ପାଇଁ ପୂର୍ବରୁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଇ ନ ଥିବାରୁ କମିଶନ କ୍ଷୋଭ ପ୍ରକାଶ କରିବା ସହ ପୁଣିଥରେ କଡା ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଉଭୟ ସରକାର ଓ ଆପୋଲୋ ହସ୍ପିଟାଲ୍‌ ପାଇଁ ଅଡୁଆ ବଢ଼ିଛି।

୨୦୧୩ରେ ଆପୋଲୋ ହସ୍ପିଟାଲରେ ବରଗଡ ଜିଲାର ଅନିଲ୍‌ କୁମାର ସ୍ବାମୀଙ୍କ କିଡ୍‌ନୀକୁ ପଡୋଶୀ ରାଘବଙ୍‌ରାମ ଦୋରାଙ୍କଠାରେ ପ୍ରତିରୋପଣ କରାଯାଇଥିଲା। ତାଙ୍କ ଅଜାଣତରେ ଓ ସମ୍ପୂର୍ଣ୍ଣ ବେଆଇନ ଭାବେ ଏହା କରାଯାଇଥିବା ନେଇ ୨୦୧୬ ଜାନୁୟାରୀ ୩ରେ ଅନିଲ୍‌ ବରଗଡ ଟାଉନ ଥାନାରେ ଅଭିଯୋଗ କରିଥିଲେ। ସେହି ମାସ ୫ ତାରିଖରେ ମାନବାଧିକାର କର୍ମୀ ଶ୍ରୀ ଅଖଣ୍ଡ ଏହି ଘଟଣାକୁ ନେଇ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ପିଟିଶନ କରିଥିଲେ। ସ୍ବାସ୍ଥ୍ୟ ବିଭାଗ ରିପୋର୍ଟରୁ ଉକ୍ତ କିଡ୍‌ନୀ ପ୍ରତ୍ୟାରୋପଣ ବେଆଇନ ବୋଲି ଜାଣିବା ପରେ କମିଶନ ହସ୍ପିଟାଲର ରେଜିଷ୍ଟ୍ରେଶନ ରଦ୍ଦ କରିବା ସହିତ ପୀଡିତଙ୍କୁ ୨ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଗତ ଅଗଷ୍ଟ ମାସରେ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ବିରୋଧରେ ଆପୋଲୋ ହସ୍ପିଟାଲ୍‌ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ କରାଯାଇଥିଲା। ଆପୋଲୋ ହସ୍ପିଟାଲକୁ ପକ୍ଷ ରଖିବା ଲାଗି ସୁଯୋଗ ଦେବାକୁ କୋର୍ଟ କମିଶନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ଗତ ସେପ୍ଟେମ୍ବର ୧୨ରେ ଆପୋଲୋ ହସ୍ପିଟାଲ୍‌ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା ଯେ, ପ୍ରକୃତ କିଡ୍‌ନୀ ଦାତା ଜୟରାମ ଦୋରା ଥିଲେ। କିନ୍ତୁ ତାଙ୍କ ସ୍ଥାନରେ ଭୁଲ୍‌ରେ ଅନିଲ ସ୍ବାମୀଙ୍କୁ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଜୟରାମ ଦୋରା ବୋଲି ଭାବିଥିଲେ। ଗୁରୁବାର ମାମଲାର ଶୁଣାଣିବେଳେ ହସ୍ପିଟାଲର ଏହି ଯୁକ୍ତିକୁ କମିଶନ ଅଗ୍ରାହ୍ୟ କରି କହିଛନ୍ତି ଯେ, ଜଣେ କିଡ୍‌ନୀ ଦାତାଙ୍କ ଫଟୋ ଉଠାଯାଇଥିବାବେଳେ ତାଙ୍କ ବଦଳରେ ଆଉ ଜଣଙ୍କର କିଡ୍‌ନୀ ସେହି ହସ୍ପିଟାଲରେ କଢ଼ାଯିବା କଳ୍ପନାତୀତ। ତେଣୁ ହସ୍ପିଟାଲ ଉପରେ କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ରିପୋର୍ଟ ଦାଖଲ ଓ ପୀଡିତଙ୍କୁ ୬ ସପ୍ତାହ ମଧ୍ୟରେ କ୍ଷତିପୂରଣ ରାଶି ଦେବାକୁ କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ପାଳନ ନ ହେଲେ କଡା ପଦକ୍ଷେପ ନିଆଯିବ ବୋଲି କମିଶନ ତାଙ୍କ ନିର୍ଦ୍ଦେଶନାମାରେ କହିଛନ୍ତି।
ଏନେଇ ଆପୋଲୋ ହସ୍ପିଟାଲ ମୁଖପାତ୍ର ରାକେଶ ରାୟ କହିଛନ୍ତି, ଏନ୍‌ଏଚ୍‌ଆର୍‌ସି ଅନ୍ୟାୟ ଭାବେ ନିର୍ଦ୍ଦେଶ ଜାରି କରିଛନ୍ତି।

ଆପୋଲୋକୁ ପକ୍ଷ ରଖିବାକୁ ଦେଇନାହାନ୍ତି। ସୁଯୋଗ ମିଳିଥିଲେ ଆମେ ଏହି ପ୍ରସଙ୍ଗରେ ପ୍ରମାଣ ଭିତ୍ତିକ ତଥ୍ୟ ଉପସ୍ଥାପନ କରିଥାନ୍ତୁ। ଏଥିସହ ଓଡ଼ିଶା ହାଇକୋର୍ଟଙ୍କ ରହିତାଦେଶକୁ କମିଶନ ବିଚାରକୁ ନେଇ ନାହାନ୍ତି। ଏହା ବିରୋଧରେ ଉପର କୋର୍ଟଙ୍କ ଦ୍ୱାରସ୍ଥ ହେବୁ। ପ୍ରକୃତ ସତ୍ୟ ନିଶ୍ଚୟ ପଦାକୁ ଆସିବ ଓ ନ୍ୟାୟ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri