ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି। ସେହିପରି ନୂଆ ପାଦ ପ୍ରକ୍ଷାଳନ କାମ ବି ଆରମ୍ଭ ହୋଇଛି।
ଆସୁଛି ନୂଆବର୍ଷ। ପୁରୀକୁ ଲକ୍ଷ ଲକ୍ଷ ଭକ୍ତ, ପର୍ଯ୍ୟଟକ ଆସିବେ। ତେଣୁ ଶ୍ରଦ୍ଧାଳୁଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା କରାଯାଉଛି। ସିଂହଦ୍ୱାର ସମ୍ମୁଖ ଅଞ୍ଚଳକୁ ନୂଆ ରୂପ ଦିଆଯାଉଛି। ନୂଆ ବ୍ୟାରିକେଡ, ସ୍ଥାୟୀ ଜୋତା, ମୋବାଇଲ ଷ୍ଟାଣ୍ଡ ତିଆରି ଚାଲିଛି। ପାନୀୟ ଜଳ, ଟଏଲେଟ୍‌ ସୁବିଧା ବି କରାଯାଇଛି। ରବିବାରଠାରୁ ନୂଆ ପାଦ ପ୍ରେକ୍ଷାଳନ କାମ ଆରମ୍ଭ ହୋଇଛି। ପୂର୍ବରୁ ଯେଉଁ ପାଦ ପ୍ରକ୍ଷାଳନ ରହିଛି ତାହାକୁ ଭଙ୍ଗାଯାଇ ସ୍ଥାନାନ୍ତର କରାଯାଇ ପାରୁଥିବା ପାଦ ପ୍ରକ୍ଷାଳନ ତିଆରି ହେବ। ଏଥିଲାଗି ସନ୍ଧ୍ୟାରେ ୪ଟି କୁଣ୍ଡ ଅଣାଯାଇ ସିଂହଦ୍ୱାର ସମ୍ମୁଖରେ ରଖାଯାଇଛି । ବ୍ୟାରିକେଡରେ ଭକ୍ତମାନେ ଯିବା ସମୟରେ ଏହା ମଧ୍ୟରେ ପଶି ଯିବେ । ଫଳରେ ସେମାନଙ୍କୁ ଆଉ ପାଦ ଧୋଇବା ପାଇଁ ବାହାରକୁ ଯିବାକୁ ପଡ଼ିବନି। ଏହିସବୁ ସୌନ୍ଦର୍ଯ୍ୟକରଣ କାମକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୁଲି ଦେଖିବା ସହ ଆଉ କେତେକ ପରାମର୍ଶ ମଧ୍ୟ ଦେଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri