ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅଭୟ ଓଡିଶାବାସୀଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ସହ ୨୦୨୦ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ନିରାପତ୍ତା ଓ ସମୃଦ୍ଧିର ବର୍ଷ ହେଉ ବୋଲି ଶୁଭକାମନା କରିଥିଲେ। ଓଡ଼ିିଶାବାସୀ ପୋଲିସକୁ ସହଯୋଗ କରିଥିବାରୁ ଏହି ଅବସରରେ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ପୂର୍ବ ବର୍ଷ ଭଳି ୨୦୨୦ରେ ମଧ୍ୟ ରାଜ୍ୟ ସରକାରଙ୍କ ୫-ଟି ଏବଂ ମୋ’ ସରକାର କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ପୋଲିସ ପ୍ରତିବଦ୍ଧ ବୋଲି ସେ କହିଥିଲେ। ନୂତନ ବର୍ଷ ପାଳନ ଅବସରରେ ଆଇନଶୃଙ୍ଖଳାକୁ ଆଖିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ିି କରାଯାଇଛି। ମୁଖ୍ୟତଃ ନୂତନ ବର୍ଷରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ପୁରୀରେ ପ୍ରବଳ ଭିଡ଼ ହୋଇଥାଏ। ଏଥିପାଇଁ ପୁରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସଶସ୍ତ୍ର ବାହିନୀ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ବାଲେଶ୍ୱର ଓ ବ୍ରହ୍ମପୁର ଭଳି ବଡ ବଡ ସହରରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଥିବା ଡିଜିପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri