ରାସ୍ତା ନାହିଁ, ଅଟକିଲା ଆମ୍ବୁଲାନ୍ସ: ଖଟିଆରେ ୨ କି.ମି. ବୁହାହେଲେ ବୃଦ୍ଧ

ପରଜଙ୍ଗ, ୧।୧ (ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଂହା ଥାନା ରଘୁଆବିଲି ଗ୍ରାମରେ ପଦାକୁ ଆସିଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ଗାଁକୁ ରାସ୍ତା ନ ଥିବାରୁ ଅଧାବାଟରେ ୧୦୮ ଆମ୍ବୁଲାନ୍ସ ଅଟକିଯାଇଥିଲା। ଫଳରେ ଜଣେ ଅସୁସ୍ଥ ବୃଦ୍ଧ ଖଟିଆରେ ୨କି.ମି. ବୁହାହୋଇ ଆସିଥିଲେ।
ମଙ୍ଗଳବାର ମଧ୍ୟାହ୍ନରେ ଉକ୍ତ ଗ୍ରାମର ରାମ ତରାଇ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନା ନେବାକୁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସର ସହାୟତା ଲୋଡ଼ିଥିଲେ। ରୋଗୀଙ୍କୁ ଆଣିବାକୁ ଆସିଥିବା ୧୦୮ ଆମ୍ବୁଲାନ୍ସ ଜଙ୍ଗଲିଆ ରାସ୍ତା ମଝିରେ ଥିବା ଯୋର ପାର ହୋଇପାରି ନ ଥିଲା। ତେଣୁ ୧୦୮ କର୍ମଚାରୀ ଏବଂ ପରିବାର ଲୋକେ ମିଶି ରାମଙ୍କୁ ଏକ ଖଟିଆରେ କାନ୍ଧେଇ ଦୀର୍ଘ ୨ କିମି ବୋହି ଆଣିଥିଲେ। ଏହାପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ରଘୁଆବିଲି ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ତେଣୁ ଜରୁରିକାଳୀନ ସମୟରେ ରୋଗୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଅଗ୍ନିଶମ ଗାଡ଼ି ମଧ୍ୟ ଯାଇପାରୁନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଏ ନେଇ ୧୦୮ ଆମ୍ବୁଲାନ୍ସ ଚାଳକ କୁନାଲ ସାହୁ କୁହନ୍ତି, ଅଣଓସାରିଆ ରାସ୍ତା ସାଙ୍ଗକୁ ନାଳରେ ପାଣି ଥିବାରୁ ଅପରପାର୍ଶ୍ୱକୁ ଗାଡ଼ି ଯିବା ସମ୍ଭବ ହେଲାନାହିଁ। ଫାର୍ମାସିଷ୍ଟ ଯସ୍ମିନ ଦତ୍ତ ପରିଡ଼ା କୁହନ୍ତି, ଖଟିଆରେ ବୋହି ଆଣିବା ବେଳକୁ ବୃଦ୍ଧଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri