ହରେକୃଷ୍ଣ ମହତାବଙ୍କ ଜନ୍ମ ବାର୍ଷିକୀ ଲାଗି ବ୍ୟାପକ ପ୍ରସ୍ତୁତି: ବର୍ଷସାରା ଦେଶବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧ା୧ (ବ୍ୟୁରୋ): ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୦ତମ ଜନ୍ମ ବାର୍ଷିକୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ନବ ଉତ୍କଳ ନିର୍ମାତା ଡ. ମହତାବଙ୍କର ରାଷ୍ଟ୍ର ନିର୍ମାଣ ଓ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଥିଲା। ତାଙ୍କର ତ୍ୟାଗକୁ ନୂଆ ପିଢ଼ୀଙ୍କ ପାଖରେ ପହଞ୍ଚାଇବା ପାଇଁ ସାରା ଦେଶର ପ୍ରମୁଖ ସହରରେ ବର୍ଷେବ୍ୟାପୀ ଜନ୍ମବାର୍ଷିକୀ ପାଳନ କରାଯିବ ବୋଲି ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି।
ରାଜ୍ୟ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ପ୍ରସ୍ତାବ ଗ୍ରହଣ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ କଲିକତାସ୍ଥିତ କଳା ମନ୍ଦିର ପ୍ରେକ୍ଷାଳୟରେ ଆସନ୍ତା ଫେବୃଆରୀ ୯ରେ ଦିବସବ୍ୟାପୀ ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହତାବଙ୍କ ଜୀବନୀକୁ ନେଇ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ସହ ଏକ ସ୍ମାରକୀ ଗ୍ରନ୍ଥ ଓ କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ। କାର୍ଯ୍ୟକ୍ରମରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟର ବହୁ ମନ୍ତ୍ରୀ, ସାଂସଦ ଓ ବିଧାୟକ ଯୋଗଦେବେ। ଏହାପରେ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ। ସେହିଭଳି ସହ ରାଜ୍ୟର ବ୍ରହ୍ମପୁର, ସମ୍ବଲପୁର, ରାଉରକେଲା ଓ ବାଲେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ଓ ଜାତୀୟ ଶାନ୍ତି ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଭବନୀ ଚରଣ ପଟ୍ଟନାୟକ ମୁଖ୍ୟ ପୃଷ୍ଠପୋଷକ ଥିବାବେଳେ ମନ୍ତ୍ରୀ ମଲ୍ଲିକ ପ୍ରମୁଖ ସଂଯୋଜକ, ଉପସଭାପତି ଭାବେ ସ୍ବାଧୀନତା ସଂଗ୍ରାମୀ ଯୁବ ସାମ୍ମୁଖ୍ୟ ଅଧ୍ୟକ୍ଷ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀପ୍ରସାଦ ମିଶ୍ର ଓ ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ରହିଛନ୍ତି। ପ୍ରଫେସର ଉପେନ୍ଦ୍ର ପାଢୀ କମିଟି ଆବାହକ ରହିଥିବାବେଳେ ବହୁ ମନ୍ତ୍ରୀ ଓ ବିଧାୟକ ସଦସ୍ୟ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri