ବୈଷୟିକ ଜ୍ଞାନ କୌଶଳ ସହ ବିଜ୍ଞତାର ଉପଯୋଗ କର: ମନ୍ତ୍ରୀ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ସ୍ତରରେ କାର୍ଯ୍ୟକରୁଥିବା ଲୋକ ସମ୍ପର୍କ ଅଧିକାରୀଙ୍କ ନିକଟରେ ବିଜ୍ଞତା ରହିଛି। ଏବେ ବୈଷୟିକ ଜ୍ଞାନ କାୈଶଳ ଉନ୍ନତ ହୋଇଛି। ତେଣୁ ବୈଷୟିକ ଜ୍ଞାନକାୈଶଳ ସହ ବିଜ୍ଞତାର ଉପଯୋଗ କର। ଏହାର ସୁପରିଚାଳନା ହେଲେ ରାଜ୍ୟର ବିକାଶର ଧାରା ତ୍ୱରାନ୍ବିତ ହୋଇପାରିବ ବୋଲି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ବୁଧବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଭାଗ ପକ୍ଷରୁ ଆୟୋଜିତ ‘ନୂଆ ବର୍ଷ-୨୦୨୦ ଅଭିନନ୍ଦନ’ ଉତ୍ସବରେ ଯୋଗଦେଇ ମନ୍ତ୍ରୀ ଦାସ ଏହା କହିଛନ୍ତି।
ସଚିବ ସଞ୍ଜୟ କୁମାର ସିଂ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ନବ ବର୍ଷର ସ୍ବାଗତ ଜଣାଇବା ସହ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମିଶନ୍‌ ମୋଡ୍‌ରେ କାର୍ଯ୍ୟ କରିବାକୁ ପଡିବ ବୋଲି ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମାଧ୍ୟମରେ ସୂଚନା ଓ ଲୋକସମ୍ପର୍କ ବିଭାଗରେ ପଦନ୍ନୋତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇଛି। ତେଣୁ ଅଧିକାରୀମାନେ ଅଧିକ ଦାୟିତ୍ୱ ସମ୍ପନ୍ନ ଓ ପ୍ରତିବଦ୍ଧତାର ସହ କାର୍ଯ୍ୟକରିବା ଉଚିତ୍‌ ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକ ସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ଖବରଦାତାଙ୍କ କଲ୍ୟାଣ ନିମନ୍ତେ ଅନ୍ୟ ରାଜ୍ୟରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପଗୁଡିକୁ ଅନୁଧ୍ୟାନ କରି ଆମ ରାଜ୍ୟରେ ତଦନୁଯାୟୀ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉକତ୍ଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତିି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନି ବିହାରୀ ବାରିକ, ଉପ ଶାସନ ସଚିବ ଦୁର୍ଗା ପ୍ରସାଦ ମହାରଣା ଏବଂ ଅନ୍ୟ ବିଭାଗୀୟ ପଦାଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟାଳୟର ସହକାରୀ ଉପବିଭାଗ ଅଧିକାରୀ ଜୟସ୍ମିତା ଜେନା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବାବେଳେ ଏଏସ୍‌ଓ ପ୍ରିୟଙ୍କା ମହାପାତ୍ର, ଅର୍ପିତା ପ୍ରିୟଦର୍ଶିନୀ, ସ୍ନେହଲତା ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri