ଧୁମ୍‌ଧାମ୍‌ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼

ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଯୁବପିଢ଼ି। ସାରା ରାତି ଜିରୋ ନାଇଟ ସେଲିବ୍ରେଶନରେ ବିତିଥିବାବେଳେ ସକାଳୁ ଦେବଦର୍ଶନ ସାଙ୍ଗକୁ ସନ୍ଧ୍ୟାରେ ପାର୍କରେ ଆସର କରି ନବବର୍ଷର ପ୍ରଥମ ଦିନକୁ କାଟିଛନ୍ତି ଅନୁଗୋଳବାସୀ।
ନୂତନ ବର୍ଷ-୨୦୨୦କୁ ନେଇ ବେଶ୍‌ ଉତ୍ସାହିତ ହୋଇପଡ଼ିଥିଲେ ସହରବାସୀ। ଏଥିରୁ ବାଦ୍‌ ପଡ଼ି ନ ଥିଲା ସହର ତଳି ବସ୍ତି। ପିଲାଠାରୁ ବୟସ୍କ ଯାଏ ସଭିଏଁ ନାଚଗୀତ, ଭୋଜିଭାତରେ ମସ୍‌ଗୁଲ ହୋଇ ନୂତନବର୍ଷକୁ ସ୍ବାଗତ କରିଥିଲେ। ସକାଳୁ ସକାଳୁ ଦେବାଳୟଗୁଡ଼ିକରେ ଜମିଥିଲା ପ୍ରବଳ ଭିଡ଼। ବିଭିନ୍ନ ସଙ୍ଗଠନ, କ୍ଲବ, ସରକାରୀ କାର୍ଯ୍ୟାଳୟରେ ଏହାକୁ ନେଇ ଉତ୍ସାହ ସୃଷ୍ଟି ହୋଇଥିଲା। ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବାକୁ ଫୁଲତୋଡ଼ା ସହ ଅନେକେ ଅପେକ୍ଷା କରିଥିବା ଦେଖିବାକୁ ମିଳିଥିଲା। ଯୁବପିଢ଼ି ଉପହାର ଦେଇ ଦିନକୁ ନିଆରା ଢଙ୍ଗରେ ପାଳିଥିଲେ। ସରକାରୀ କାର୍ଯ୍ୟ ଦିବସରେ ନବବର୍ଷ ପଡ଼ିଥିବାରୁ ମଧ୍ୟାହ୍ନ ବେଳକୁ କାର୍ଯ୍ୟାଳୟ ଗୁଡ଼ିକ ଖଁା ଖଁା ହୋଇପଡ଼ିଥିଲା। କର୍ମଚାରୀମାନେ ଭୋଜିଭାତରେ ନିଜକୁ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri