ତାଲିବାନ ଆକ୍ରମଣରେ ୨୬ ଆଫ୍‌ଗାନ ସୈନ୍ୟ ନିହତ

କାବୁଲ,୨ା୧: ଉତ୍ତର ଆଫଗାନିସ୍ତାନରେ ତାଲିବାନମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବିଭିନ୍ନ ସ୍ଥାନରେ ସେମାନେ ଆକ୍ରମଣ କରିଥିବାବେଳେ ଏଥିରେ ୨୬ ଜଣ ଆଫ୍‌ଗାନ ସୈନ୍ୟ ପ୍ରାଣ ହରାଇଥିବା ଜଣାପଡ଼ିଛି। ତାଲିବାନ ପକ୍ଷରୁ ଏହି ଆକ୍ରମଣ ଲାଗି ନିଜକୁ ଦାୟୀ କରାଯାଇଛି। ଉତ୍ତର କୁନ୍ଦୁଜ୍‌ର ଏକ ପୋଲିସ ଚେକ୍‌ ପଏଣ୍ଟରେ ତାଲିବାନମାନେ ଆକ୍ରମଣ କରିବାରୁ ୧୦ ଆଫ୍‌ଗାନ ଯବାନ ପ୍ରାଣ ହରାଇଥିବାବେଳେ ୪ ଆହତ ହୋଇଛନ୍ତି। ସେହିଭଳି ବାଲ୍‌ଖ ପ୍ରଦେଶର ଏକ ପୋଲିସ ଚେକ୍‌ପଏଣ୍ଟରେ ଆକ୍ରମଣ କରାଯିବାରୁ ୯ ପୋଲିସ ଅଧିକାରୀ ପ୍ରାଣ ହରାଇଥିବା କୁହାଯାଇଛି। ତୃତୀୟ ଆକ୍ରମଣ ତଖାର ପ୍ରଦେଶରେ ତାଲିବାନ ପକ୍ଷରୁ କରାଯାଇଥିବାବେଳେ ୭ ସୁରକ୍ଷାକର୍ମୀ ଏଥିରେ ପ୍ରାଣ ହରାଇଛନ୍ତି। ଗୁଳି ବିନିମୟରେ ୧୦ ତାଲିବାନ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଗତ ସୋମବାର ଜଜ୍‌ଜାନ ପ୍ରଦେଶରେ ସେମାନେ ୧୪ ଆଫ୍‌ଗାନ ସୁରକ୍ଷାକର୍ମୀଙ୍କୁ ହତ୍ୟା କରିଥିଲେ। ପ୍ରକାଶଥାଉ କି, ଗତ ୨ ଦିନ ଧରି ତାଲିବାନ ଗୋଷ୍ଠୀ ପକ୍ଷରୁ ବିଭିନ୍ନ ସ୍ଥାନରେ ଏଭଳି ଆକ୍ରମଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri