ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର

ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ ଭାଲୁ ଗୁରୁବାର ରାତିରେ ଉଦ୍ଧାର ହୋଇଛି। ରାତି ୮ଟାରେ କ୍ଲବର ଖେଳପଡିଆ ନିକଟସ୍ଥ ନଳକୂପକୁ ପାଣି ଆଣିବାକୁ କ୍ଲବର ଜଣେ ପିଲା ଯାଇଥିଲେ। ସେଠାରେ ଜମା ହୋଇଥିବା ପାଣିକୁ ୨ଟି ଜୀବ ପିଉଥିବା ଦେଖି କ୍ଲବର ପିଲାକୁ ଡାକିଥିଲେ। ପିଲାମାନେ ପହଞ୍ଚତ୍ ପାଟି କରିବାରୁ ଜୀବଟି ପଳାଇ ଯାଉଥିଲା। ଛୁଆଟିକୁ କ୍ଲବର ପିଲାମାନେ ପିନ୍ଧିଥିବା ଜ୍ୟାକେଟ ସାହାର୍ଯ୍ୟରେ ଧରିଥିଲେ। ପରେ ଖୋର୍ଦ୍ଧା ବନ ବିଭାଗ କର୍ମଚାରୀଙ୍କୁ ଡାକି ହସ୍ତାନ୍ତର କରିଥିଲେ। ଖୋର୍ଦ୍ଧା ବନ ବିଭାଗ ରେଞ୍ଜର ଉତ୍ତମ ଗଡନାୟକଙ୍କୁ ଏ ସମ୍ପର୍କରେ ପଚାରିବାରୁ ଏହା ଏକ ଗାଡ ଭାଲୁ (ହନି ବାଡଜର) ବୋଲି କହିଥିଲେ। ଉଦ୍ଧାର ଗାଡ ଭାଲୁର ଓଜନ ପ୍ରାୟ ୫ କିଲୋ ହୋଇଥିବା ବେଳେ ଲମ୍ବା ୨.୫ ଫୁଟ ଓ ଉଚ୍ଚତା ୧ ଫୁଟରୁ ଊର୍ଦ୍ଧ୍ୱ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri