ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା

ଧାମନଗର, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ଶନିବାର ସକାଳେ ବଣଘେରା ସ୍ଥାନରେ ମୃତଦେହ ଦେଖି ଲୋକେ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ପରେ ମୃତ ଯୁବକ ଧୂଷୁରୀ ଥାନା ଅଧୀନ କାଶିମପୁର ଗ୍ରାମର ପ୍ରଶାନ୍ତ ଜେନା ବୋଲି ଜଣାପଡ଼ିଥିଲା। ଧାମନଗର ଥାନା ଚୁନିଦା ଗ୍ରାମରେ ପ୍ରଶାନ୍ତଙ୍କ ଶ୍ୱଶୁର ଘର। ତାଙ୍କ ପୁଅକୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ପ୍ରଶାନ୍ତଙ୍କ ବାପା ମାଧବାନନ୍ଦ ଧାମନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୧୬/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପୋଲିସ ଅନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ପୂର୍ବରୁ ମନୋମାଳିନ୍ୟ ଲାଗିରହୁଥିଲା। ତାଙ୍କ ସ୍ତ୍ରୀ ବାପଘରେ ରହିଆସୁଥିଲେ। ୩ ଦିନ ତଳେ ଶ୍ୱଶୁର ଘରୁ ଡାକରା ଆସିବାରୁ ପ୍ରଶାନ୍ତ ଯାଇଥିଲେ। ଶନିବାର କଲ୍ୟାଣୀନଗରୀର ଶିବ ମନ୍ଦିର ପଛପଟେ ରେବ ନଦୀ କୂଳରେ ଏକ ନିମ୍ବ ଗଛରେ ସମ୍ପୂର୍ଣ୍ଣ ଉଲଗ୍ନ ଅବସ୍ଥାରେ ଏକ ଗାମୁଛାରେ ମୃତଦେହ ବନ୍ଧାହୋଇ ଝୁଲୁଥିବା ଖବର ମିଳିଥିଲା। ଶ୍ୱଶୁର ଘର ଲୋକେ ପ୍ରଶାନ୍ତଙ୍କୁ ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ତାଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri