ଆଦର୍ଶ ବିଦ୍ୟାଳୟ ଲାଗି ଜମି ହସ୍ତାନ୍ତର

ଜଳେଶ୍ୱର, ୪।୧(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ବିଛିନ୍ନାଞ୍ଚଳ ଭାବେ ପରିଚିତ ରାଇବଣିଆ ଥାନା କାଳିକଠାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଲାଗି ଜମି ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷାଦାନ ହେବା ଲାଗି ଅଭିଭାବକମାନେ ଆଶା ପୋଷଣ କରିଛନ୍ତି।
୨୦୧୪ ସାଧାରଣ ନିର୍ବାଚନ ପରେ ରାଇବଣିଆର କାଳିକଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ତତ୍‌କାଳୀନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନା ଓ ବିଧାୟକ ଅଶ୍ୱିନୀ କୁମାର ପାତ୍ର ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ ଜେନା କାଳିକ ପଞ୍ଚାୟତକୁ ପୋଷ୍ୟଗ୍ରାମ ଭାବେ ଗ୍ରହଣ କରି ଏହାର ରାସ୍ତାଘାଟ, ସ୍ବାସ୍ଥ୍ୟ, ପରିଷ୍କାର ପରିଛନ୍ନତା, ପିଇବାପାଣି ବ୍ୟବସ୍ଥା, ବିଦ୍ୟୁତ୍‌ ଯୋଗାଣର ବ୍ୟବସ୍ଥା କରିବା ସହ ଏକ ଟିମ୍‌କୁ ସେଠାରେ କାଯର୍‌ୟରେ ଲଗାଇଥିଲେ। କିନ୍ତୁ ଏଥିଲାଗି ଆବଶ୍ୟକ ଅନୁମୋଦନ ନ ମିଳିବାରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଆଦର୍ଶ ବିଦ୍ୟାଳୟ ସେଠାରେ ପ୍ରତିଷ୍ଠା କରିବା ଲାଗି ଇଂ. ଜେନା ଓ ପାତ୍ର ଉଦ୍ୟମ କରିଥିଲେ । କିନ୍ତୁ ସରକାରୀ ଫାଇଲ୍‌ ମନ୍ଥର ଗତିରେ ଚାଲୁଥିବାରୁ ଗତ ୧୬ା୧୨ା୧୯ରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅନୁମୋଦନ କରିଛନ୍ତି । ଏହାପୂର୍ବରୁ ଏକ କମିଟି ଗଠନ ହୋଇ କାଳିକ ଗ୍ରାମର ଖାତା ନଂ ୯୮୨, ପ୍ଲଟ ୮୨୮, ୮୨୯, ୮୩୦ ଓ ୯୧୫ର ମୋଟ ୪ଏକର ୮୦ ଡିସିମିଲ ସ୍ଥାନ ଆଦର୍ଶ ବିଦ୍ୟାଳୟ ଲାଗି ସ୍ଥାନ ନିରୂପଣ କରିଥିଲେ। ଶୁକ୍ରବାର ଏହି କାର୍ଯ୍ୟ ସମାପନ ଲାଗି ଜଳେଶ୍ୱର ତହସିଲଦାର କ୍ଷୀରୋଦ କୁମାର ପଣ୍ଡା, ବିଇଓ ବିଜୟ କୁମାର ନାଥ, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଲମ୍ବୋଦର କର, ଓଲମରା ଆର୍‌ଆଇ ଓ ଅମିନ ପ୍ରମୁଖ ଯାଇଥିଲେ। ପୂର୍ବତନ ସରପଞ୍ଚ ଗଙ୍ଗାଧର ଦାସ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କରେ ଗ୍ରାମବାସୀଙ୍କୁ ବୁଝାଇଥିଲେ ା ମୋଟ ୩କୋଟି ୨୫ଲକ୍ଷ ୫୨ ହଜାର ୬୬୬ ଟଙ୍କା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଅର୍ଥ ମଞ୍ଜୁର ହୋଇଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri