ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ ସମ୍ପୃକ୍ତ ଘରୋଇ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ(୨୭) ନାମକ ଛାତ୍ରୀ ଉକ୍ତ ଘରୋଇ ହଷ୍ଟେଲରେ ରହୁଥିଲେ। ତାଙ୍କ ସାଙ୍ଗ ନବବର୍ଷ ପାଇଁ ଘରକୁ ଯାଇଥିବାବେଳେ ଝୁମ୍ପା ବେକରେ ଓଢଣି ଲଗାଇ ଫ୍ୟାନରେ ଆତ୍ମହତ୍ୟା କରିଥିଲେ। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୨/୨୦୨୦) ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ସୂଚନା ମୁତାବକ, ଝୁମ୍ପାଙ୍କ ପରିବାର ଲୋକେ ଶୁକ୍ରବାର ପଶ୍ଚିମବଙ୍ଗରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲେ। ପ୍ରେମିକଙ୍କ ସହ ଝଗଡ଼ାକୁ ନେଇ ଝୁମ୍ପା ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ ପ୍ରକାଶ ପାଇଥିବା ବେଳେ ପରିବାର ଲୋକେ ଭିନ୍ନ ଅଭିଯୋଗ ଆଣିଛନ୍ତି। ପରିବାର ଲୋକେ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ସମ୍ପୂର୍ଣ୍ଣ ରୂପେ ଦାୟୀ କରିଛନ୍ତି। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ୪ ମାସ ପୂର୍ବରୁ କଲେଜ ହଷ୍ଟେଲରେ ନିଶା ଖାଇବାକୁ କେନ୍ଦ୍ରକରି ଝୁମ୍ପାଙ୍କୁ ହଷ୍ଟେଲରୁ କର୍ତ୍ତୃପକ୍ଷ ବାହାର କରିଦେଇଥିଲେ। ଯାହାକୁ ନେଇ ଝୁମ୍ପା ମାନସିକ ସ୍ତରରେ ଭାଙ୍ଗି ପଡ଼ିିବା ସହ ଅନେକ ଥର ଘରକୁ ଫୋନ କରି କାନ୍ଦବା ସହ ହଷ୍ଟେଲରୁ ଚାଲିଯିବାକୁ ଚାହେଁ ବୋଲି କହିଥିଲେ। ମାତ୍ର କଲେଜ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଥିଲେ ତାଙ୍କ ଝିଅର ଏପରି ଅବସ୍ଥା ହୋଇ ନ ଥାନ୍ତା। ସେହିପରି ଝୁମ୍ପାଙ୍କ ପୁରୁଷ ବନ୍ଧୁ କହିଛନ୍ତି, ଉଭୟଙ୍କ ଭିତରେ ଛୋଟ ମୋଟ ଝଗଡ଼ା ହୁଏ। ମାତ୍ର ଝୁମ୍ପା ଓ ତାଙ୍କ ଭିତରେ ଏମିତି କିଛି ଝଗଡ଼ା ନ ଥିଲା ଯାହାକି ସିଏ ଆତ୍ମହତ୍ୟା ପନ୍ଥା ବାଛିନେବେ। ଅନ୍ୟପଟେ ପୋଲିସ ଝୁମ୍ପାଙ୍କ ରୁମ୍‌ରୁ ଲାପଟପ୍‌, ଡାଏରୀ ଓ କିଛି ଚିଠି ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri