ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ସାରା ରାଜ୍ୟର ବିଭିନ୍ନ ବନଖଣ୍ଡରେ ଶୁକ୍ରବାରଠାରୁ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏଥିପାଇଁ ୨୫ ଟିମ୍‌ ଗଠିତ ହୋଇଛି। ଟିମ୍‌ରେ ବନବିଭାଗ କର୍ମଚାରୀ, ପରିବେଶବିତ୍‌, ବନ୍ୟପ୍ରାଣୀ ବିଶେଷଜ୍ଞ ଓ ସ୍ଥାନୀୟ ସାଧାରଣ ଲୋକଙ୍କୁ ସାମିଲ କରାଯାଇଛି। ପ୍ରାୟ ଏକ ହଜାର ଲୋକ ଗଣନାରେ ରହିଛନ୍ତି। ଏହିକ୍ରମରେ ଶୁକ୍ରବାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ପକ୍ଷୀ ଗଣନା ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ମୋଟ ୪୦ଜଣ ସାମିଲ ହୋଇଥିଲେ। ଏଠାରେ ପକ୍ଷୀ ଗଣନା ସହ ଆସନ୍ତା ୯ରୁ ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କାର୍ଯ୍ୟକ୍ରମ ମଧ୍ୟ ଚାଲିବ। ପକ୍ଷୀ ଓ କୁମ୍ଭୀର ଗଣନା ସମୟରେ ମହାନଦୀ ରିଭର ସିଷ୍ଟମ୍‌ରେ ମାଛ ଧରିବା ନିମନ୍ତେ ପ୍ରତିବନ୍ଧକ ଲଗାଯାଇଛି। ଏଥିସହ ଜାନୁୟାରୀ ପ୍ରଥମ ୨ ସପ୍ତାହ ଯାଏ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ଅଭୟାରଣ୍ୟ ବନ୍ଦ ରହିବ। ସେହିପରି ଶିମିଳିପାଳ ଅଞ୍ଚଳରେ ଥିବା ଆଦର୍‌ର ଭୂମିରେ ମଧ୍ୟ ପକ୍ଷୀ ଗଣନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri