Posted inଖେଳ

ଇର୍ଫାନ ପଠାନଙ୍କ ଅବସର

ନୂଆଦିଲ୍ଲୀ,୪।୧- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ବାମହାତୀ ପେସର ଭାରତ ପାଇଁ ୧୯ ଟେଷ୍ଟ, ୧୨୦ ଦିନିକିଆ ଓ ୨୪ ଟି୨୦ ଖେଳି ୩୦୧ ଉଇକେଟ ନେଇଥିଲେ। ୧୯ ବର୍ଷ ବୟସରେ ୨୦୦୩ରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ଆଡିଲେଡ ଟେଷ୍ଟରେ ସେ ୧୬୦ ରନ୍‌ ଦେଇ ଏକ ଉଇକେଟ ହାତେଇଥିଲେ। ମାଥ୍ୟୁ ହେଡେନ ତାଙ୍କ ପ୍ରଥମ ଶିକାର ଥିଲେ। କିଛି ଦିନ ମଧ୍ୟରେ ସେ ଜାତୀୟ ଦଳର ନିୟମିତ ଖେଳାଳି ପାଲଟି ଯାଇଥିଲେ। ୨୦୦୬ରେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଓଭରରେ ହ୍ୟାଟ୍ରିକ ନେବା ଓ ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇବା ଥିଲା ତାଙ୍କ କ୍ୟାରିୟରର ଉଲ୍ଲେଖନୀୟ ସଫଳତା। ସେ ଦେଶର ଅନ୍ୟତମ ଅଲରାଉଣ୍ଡର ମଧ୍ୟ ଥିଲେ। ସେ ବହୁବାର ଓପନର ଓ ୩ ନମ୍ବରରେ ବ୍ୟାଟିଂ କରିଥିଲେ। ୨୯ ଟେଷ୍ଟର ୪୦ ଇନିଂସରେ ୩୧.୫୭ ଆଭରେଜରେ ଏକ ଶତକ ଓ ୬ ଅର୍ଦ୍ଧଶତକ ସହ ୧,୧୦୫ ରନ୍‌ କରିଥିଲେ। ଦିନିକିଆ ଓ ଟି୨୦ରେ ତାଙ୍କ ଆଭରେଜ ଥିଲା ଯଥାକ୍ରମେ ୨୩.୩୯ ଓ ୨୪.୫୭। ୨୦୦୮ରେ ଅଷ୍ଟ୍ରେଲିଆ ବିପକ୍ଷ ପର୍ଥ ଟେଷ୍ଟରେ ସେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଥିଲେ। ଗତି ଓ ସୁଇଙ୍ଗ ହ୍ରାସ ପାଇବା ପରେ ଜାତୀୟ ଦଳରେ ତାଙ୍କ ଲାଗି ସ୍ଥାନ ହାତେଇବା କଷ୍ଟକର ହୋଇପଡ଼ିଥିଲା। ୨୦୦୮ରେ ଅନ୍ତିମ ଟେଷ୍ଟ ଖେଳିଥିବାବେଳେ କ୍ୟାରୟରର ଅନ୍ତିମ ଦିନିକିଆ ଓ ଟି୨୦ ୨୦୧୨ରେ ଖେଳିଥିଲେ। ଏହାପରେ ସେ ଘରୋଇ କ୍ରିକେଟରେ ମଧ୍ୟ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ସେ ୩୮୪ ପ୍ରଥମ ଶ୍ରେଣୀ ଉଇକେଟ, ୨୭୨ ଲିଷ୍ଟ ଏ ଉଇକେଟ ଓ ଟି୨୦ରେ ୧୭୩ ଇକେଟ ସହ କ୍ୟାରିୟର ଶେଷ କରିଛନ୍ତି। କ୍ୟାରିୟରରେ ପ୍ରାୟତଃ ବରୋଦା ପାଇଁ ଖେଳିଥିବା ଇର୍ଫାନ ଗତ ସିଜନରେ ଜମ୍ମୁ-କଶ୍ମୀର ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୩୫ ବର୍ଷୀୟ ଅଲରାଉଣ୍ଡର ୨୦୧୭ରେ ଅନ୍ତିମ ଆଇପିଏଲ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri