ଶ୍ରୀ ଜଂଘା ବଡ଼ଦେଓ ବାର୍ଷିକ ପୂଜା: ବିଧାୟକଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଚର୍ଚ୍ଚା

ବଇଣ୍ଡା, ୫।୧(ଡି.ଏନ.ଏ.)-ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଆମ୍ବଶରମୁଣ୍ଡା ଗ୍ରାମରେ ରବିବାର ଅନୁଷ୍ଠିତ ଶ୍ରୀ ଜଂଘା ବଡ଼ଦେଓଙ୍କ ବାର୍ଷିକ ପୂଜା ଉତ୍ସବରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଅସ୍ବାଭାବିକ ଆଚରଣକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ପୂଜା ଉତ୍ସବ ଉପଲକ୍ଷେ କଳସ ଶୋଭାଯାତ୍ରା ଚାଲିଥିବାବେଳେ ମୁଖ୍ୟଅତିଥି ଭାବେ ଆଗରେ ଚାଲି ଚାଲି ଯାଉଥିଲେ ବିଧାୟକ। ଏହି ସମୟରେ ହାତରେ ଖଣ୍ଡା ଧରି ସେ ହଠାତ୍‌ ନାଚିବାକୁ ଆରମ୍ଭ କଲେ। ଧୀରେ ଧୀରେ ଅଣାୟତ୍ତ ହୋଇପଡୁଥିବା ବିଧାୟକଙ୍କୁ ଆୟତ୍ତ କରିବାକୁ କେତେଜଣ ଲୋକ ତାଙ୍କୁ ଦୁଇ ବାହୁକୁ ଧରିଥିବା ଦେଖିବାକୁ ମିଳିଥିଲା। ବିଧାୟକଙ୍କ ନିକଟରେ ଏପରି ଅସ୍ବାଭାବିକ ପରିବର୍ତ୍ତନ ଲକ୍ଷ୍ୟ କରି ସେଠାରେ ଉପସ୍ଥିତ ଶ୍ରଦ୍ଧାଳୁମାନେ ତାଙ୍କୁ କାଳେସୀ ଲାଗିଥିବା ଅନୁମାନ କରିଥିଲେ। ଏପରି କି ତାଙ୍କ ଶରୀରରେ ପ୍ରଭୁ ଜଂଘା ବଡ଼ଦେଓଙ୍କ ଆବିର୍ଭାବ ହୋଇଥିବା କହି କେତେଜଣ ମହିଳା ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରୁଥିବା ଦେଖିବାକୁ ମିଳିଥିଲା।
ତେବେ ଏଥିପୂର୍ବରୁ ଅନୁଷ୍ଠିତ ସାଧାରଣ ସଭାରେ ବିଧାୟକ ସାଏ ସେଠାରେ ଉପସ୍ଥିତ ସାଧାରଣଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ। ସେତେବେଳେ ସେ ସ୍ବାଭାବିକ ଥିଲେ। ଏହାପରେ ଅନୁଷ୍ଠିତ ଶୋଭାଯାତ୍ରାରେ ତାଙ୍କ ନିକଟରେ ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ବିଧାୟକଙ୍କ ଏପରି ଆଚରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏ ନେଇ ବିଧାୟକଙ୍କୁ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷିତ: ବାଦ୍‌ ପଡ଼ିଲେ ଗିଲ୍‌

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲେ ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri