୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ ୨୫ କୋଟି କର୍ମକର୍ତ୍ତା ସାମିଲ ହେବେ। କଂଗ୍ରେସ ଏହାକୁ ସମର୍ଥନ ଜଣାଇଛି। ଓଡ଼ିଶାରେ ମଧ୍ୟ ଟ୍ରେଡ୍‌ ୟୁନିୟନ୍‌ଗୁଡ଼ିକର ଆଞ୍ଚଳିକ ଶାଖା ଏହି ଧର୍ମଘଟରେ ସାମିଲ ହେବେ। ଧର୍ମଘଟକୁ ସଫଳ କରିବା ପାଇଁ ପୂରା ଉଦ୍ୟମ କରାଯିବ ବୋଲି ସିଆଇଟିୟୁର ଭୁବନେଶ୍ୱର ସଭାପତି ନବକିଶୋର ମହାନ୍ତି କହିଛନ୍ତି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ଧର୍ମଘଟ ଡାକରା ଦିଆଯାଇଛି। ଅତ୍ୟାବଶ୍ୟକ ସେବା ଛଡ଼ା ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏଥିରେ ଅଲ୍‌ ଓଡ଼ିଶା ଅଟୋ ମହାସଂଘ, ଟ୍ରକ୍‌ ମହାସଂଘ, ଅଲ୍‌ ଓଡ଼ିଶା ଟ୍ରାନ୍ସପୋର୍ଟ ଆସୋସିଏଶନ ସାମିଲ ହେବେ ବୋଲି ସେ କହିଛନ୍ତି। ତେବେ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଏହି ଧର୍ମଘଟରେ ସାମିଲ ହେବନାହିଁ। ଯଦି ସରକାର ସୁରକ୍ଷା ଯୋଗାଇଦେବେ ତେବେ ବସ୍‌ ଚଳାଚଳ ସ୍ବାଭାବିକ ରହିବ ବୋଲି ସଂଘର ଆବାହକ ଦେବାଶିଷ ନାୟକ କହିଛନ୍ତି। କେନ୍ଦ୍ର ସରକାରଙ୍କ ଶ୍ରମିକମାରଣ ନୀତି, ଜନବିରୋଧୀ ଓ ରାଷ୍ଟ୍ରବିରୋଧୀ ନୀତିକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଶ୍ରମିକମାନଙ୍କ ଦାବି ପୂରଣ କରିବାରେ ବିଫଳ ହୋଇଛି। ଶ୍ରମିକଙ୍କ ସମସ୍ୟା ସମାଧାନ ପାଇଁ ୨୦୧୫ ଜୁଲାଇରୁ ଏ ପର୍ଯ୍ୟନ୍ତ ଭାରତୀୟ ଶ୍ରମିକ ସମ୍ମିଳନୀ ଅନୁଷ୍ଠିତ ହୋଇନାହିଁ। ବିପିସିଏଲ୍‌କୁ ବିକ୍ରି କରିବା, ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ର ମିଶ୍ରଣ ନିଷ୍ପତ୍ତି ଯୋଗୁ ପ୍ରାୟ ୯୪ ହଜାର କର୍ମଚାରୀଙ୍କ ନିଯୁକ୍ତି ଯିବାର ସମ୍ଭାବନା ରହିଛି। ଏହାଛଡ଼ା ଟ୍ରେଡ୍‌ ୟୁନିୟନ୍‌ଗୁଡ଼ିକ ରେଲ୍‌ଓ୍ବେ ଘରୋଇକରଣ, ଗୋଳାବାରୁଦ କାରଖାନାଗୁଡ଼ିକୁ ନିଗମରେ ପରିଣତ କରିବା ଏବଂ ବ୍ୟାଙ୍କଗୁଡ଼ିକର ମିଶ୍ରଣକୁ ମଧ୍ୟ ତୀବ୍ର ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri