ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ ଉଦ୍ଧାର ପାଇଁ ଏକ ଟିମ୍‌ ଗଠନ ହୋଇଛି । ଉକ୍ତ ଟିମ୍‌ ଭୁବନେଶ୍ୱରରେ ପହଞ୍ଚି ନିଖୋଜ ଝିଅମାନଙ୍କର ଅନୁସନ୍ଧାନ ଚଳାଇଛି । ଏପରି କି ଘଟଣା ସମ୍ପର୍କରେ ଭୁବନେଶ୍ୱର କମିଶନରେଟ ପୋଲିସକୁ ମଧ୍ୟ ସୂଚନା ଦିଆଯାଇଛି ବୋଲି ଗୋଶାଣିନୂଆଗାଁ ଥାନାଧିକାରୀ ସୁମିତ କୁମାର ସୋରେନ କହିଛନ୍ତି । ଏକ ସୂତ୍ରରୁ ମିଳିଥିବା ଅନୁସାରେ ଅନ୍ତେବାସୀମାନେ ନିର୍ଯାତନାର ଶିକାର ହୋଇ ସୋମବାର ରାତି ଉକ୍ତ ବାଳାଶ୍ରମର ପଛପଟ ପାଚେରି ଦେଇ ପଳାଇଥିଲେ। ପରେ ସେମାନେ ବ୍ରହ୍ମପୁର ରେଳଷ୍ଟେଶନକୁ ଯାଇ ସେଠାରୁ ଭୁବନେଶ୍ୱର ଚାଲିଯାଇଥିବା ପୋଲିସ ସୂଚନା ପାଇଛି । ଜଣେ ଝିଅ ଭୁବନେଶ୍ୱରସ୍ଥିତ ତାଙ୍କ ଘରେ ଥିବା ପୋଲିସ ଜାଣିବାକୁ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri