ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର ୪୦.୫, ସୋନପୁର ୪୦.୨, ସୁନ୍ଦରଗଡ଼, ଭବାନୀପାଟଣା, ବଲାଙ୍ଗୀର ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାରେ ତାତି କମିଥିବାବେଳେ ପଶ୍ଚିମ ଓଡ଼ିଶାରେ ଅସହ୍ୟ ପରିସ୍ଥିତି ଲାଗି ରହିଛି। ତେବେ ଦ୍ୱୈତ ନଗରୀରେ ତାପମାତ୍ରାର ହ୍ରାସ ପାଇଛି। ଭୁବନେଶ୍ୱରରେ ସର୍ବାଧିକ ୩୫.୬ ଡିଗ୍ରୀ ଓ କଟକରେ ତାପମାତ୍ରା ୩୬ଡିଗ୍ରୀ ରହିଥିଲା। ଆସନ୍ତା ୨ରୁ ୩ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅସହ୍ୟ ଗରମରେ ରାଜ୍ୟବାସୀ ଛଟପଟ ହେଉଥିବାବେଳେ ବିଳମ୍ବିତ ହେଉଛି ମୌସୁମୀ। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେରଳ ଛୁଇଁବାର ଏକ ସପ୍ତାହ କିମ୍ବା ତା’ଠାରୁ କମ୍‌ ସମୟ ମଧ୍ୟରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ୟାଇପାରେ। ତେବେ ଏଥର ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରବିବାର ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ରାଜ୍ୟର ଅନ୍ୟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri