ପଦ୍ମପୁର,୮ା୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି ପଞ୍ଚାୟତରେ ଦୁର୍ନୀତି ହୋଇଥିବା ଅଭିଯୋଗ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପରେ ଜିଲା ପ୍ରଶାସନ ତରଫରୁ ଘଟଣାର ତଦନ୍ତ କରାଯାଇଥିଲା। ଏହି ତଦନ୍ତ ରିପୋର୍ଟକୁ ଆଧାର କରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ୧ ତାରିଖରେ ଦୁର୍ନୀତିରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ସୁପାରିସ କରିଥିଲେ। ଏନେଇ ଜିଲାପାଳ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝାଡ଼େଶ୍ୱର ଜେନାଙ୍କୁ ଚିଠି ନଂ. ୧୧୯/୬ା୧ା୨୦୨୦ରେ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ପଞ୍ଚାୟତର ୧୭ ଜଣ ହିତାଧିକାରୀ ଘର ତିଆରି ସମ୍ପୂର୍ଣ୍ଣ କରି ନ ଥିବା ବେଳେ ସେମାନଙ୍କୁ ସମ୍ପୂର୍ଣ୍ଣ ଅର୍ଥ କିଭଳି ପ୍ରଦାନ କରାଗଲା ଜବାବ ଦେବା ପାଇଁ ଗ୍ରାମ ରୋଜଗାର ସେବକ ଅମିୟ ନାୟକଙ୍କୁ ୩ ଦିନ ସମୟ ଦିଆଯାଇଛି। ଅନ୍ୟପକ୍ଷେ ନିଜର ପକ୍କାଘର ଥାଇ ଓ ଘର ନ କରି ସରକାରୀ ଅର୍ଥ ହଡ଼ପ କରିଥିବା ହିତାଧିକାରୀମାନଙ୍କ ନାମରେ ଏତଲା ଦେବା ପାଇଁ ବିଡିଓ ପ୍ରଣବ କୁମାର ବେହେରାଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା
ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...
ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍: ଜଗନ୍ନାଥପ୍ରେମୀ ଅସନ୍ତୋଷ
ପୁରୀ,୨୨ା୧୨(ଅଜିତ୍ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍ ହୋଇଛି। ଡ୍ରୋନ୍ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍ ହୋଇଛି। ଫେସ୍ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ
ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…
ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...
୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼
ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...
ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍ଏମ୍ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…
ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...
Archives


