କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଚିଲଦା ଗ୍ରାମରେ ରାଜମିସ୍ତ୍ରୀ କାମକରୁଥିବା ଈଶ୍ୱର ମହାନ୍ତ ଏକ ବାଇକ୍ରେ ଯାଉଥିଲେ। ବାଂଶପାଳ ବ୍ଲକ ଶୁଆକାଠି ଗ୍ରାମର ବିଶ୍ୱଜିତ ସାହୁ(୨୫) ଅନ୍ୟ ଏକ ବାଇକ୍ରେ ବିପରୀତ ଦିଗରୁ ଆସୁଥିବାବେଳେ ସା ୭ଟାରେ ଉଭୟଙ୍କ ମଧ୍ୟରେ ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣାସ୍ଥଳରେ ଈଶ୍ୱର ମହାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ବିଶ୍ୱଜିତ ସାହୁ ଗୁରୁତର ଆହୋତ ହୋଇଛନ୍ତି। ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ବିଶ୍ବଜିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବୁଧବାର ସକାଳେ ଈଶ୍ୱରଙ୍କ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଏନେଇ ପୋଲିସ ଟାଉନ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...
ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...
Archives


