ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍‌ରେ ହାତୀ ଆକ୍ରମଣରେ ଟୁନା ନାଥ (୨୧) ଏବଂ ତାଙ୍କ ଭାଣିଜୀ ମାମାଲି ନାଥ (୧୨) ଗୁରୁତର ହୋଇଛନ୍ତି।
ଗ୍ରାମର ଗନ୍ଧର୍ବ ନାଥଙ୍କ ପରିବାରର ୭ଜଣ ସଦସ୍ୟ ଖଳାରେ ମେଶିନ ସହାୟତାରେ ଧାନ ଅମଳ କରୁଥିଲେ। ଏହି ସମୟରେ ଉକ୍ତ ହାତୀ ହଠାତ୍‌ ଖଳାକୁ ପଶି ଆସି ଟୁନା ଏବଂ ମାମାଲିଙ୍କୁ ଶୁଣ୍ଢରେ ଧରି ଫିଙ୍ଗି ଦେଇଥିଲା। ଗନ୍ଧର୍ବଙ୍କ ସ୍ତ୍ରୀ ବିଜୁଳି ନାଥ, ଝିଅ ବବିତା, ଜ୍ୱାଇଁ ଯୁଧିଷ୍ଠିର, ଅଶ୍ୱିନୀ ଏବଂ ହରିହର ଜୀବନ ବିକଳରେ ଦୌଡ଼ି ପଳାଉଥିବାବେଳେ ଖସିପଡ଼ି ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଟୁନା ଏବଂ ମାମାଲିଙ୍କୁ କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଡାକ୍ତରଖାନାରେ ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଫରେଷ୍ଟର ଶଶିରେଖା ଦିୱାନୀ ପହଞ୍ଚି ଆହତଙ୍କ ଚିକିତ୍ସା ଲାଗି ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଚିକିତ୍ସା ସଂକ୍ରାନ୍ତ ବିଲ୍‌ ପ୍ରଦାନ କଲେ ଅଧିକ କ୍ଷତିପୂରଣ ଦିଆଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।
ପଲରୁ ବାହାରିଥିବା ଉକ୍ତ ଦନ୍ତାହାତୀ ପରଜଙ୍ଗ ଅଞ୍ଚଳର ବିଭିନ୍ନ ଗ୍ରାମରେ ଉପଦ୍ରବ ସୃଷ୍ଟି କରି ଚାଲିଛି। ଧାନ ଅମଳ ସରିଥିବାରୁ ହାତୀ ଏବେ ଗଁ। ମୁହଁ। ହେଉଛି। ଏହାକୁ ନେଇ ଅଞ୍ଚଳରେ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ମହାବିରୋଡ ରେଞ୍ଜରେ ବନ ବିଭାଗ ପକ୍ଷରୁ ରାତ୍ରିକାଳୀନ ପାଟ୍ରୋଲିଂ ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri