ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ନାଲ୍‌କୋ ନଗରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଉଦ୍‌ବୋଧନ ଦେଇ କହିଥିଲେ ଯେ, ବିଗତ ୪ ଦଶନ୍ଧିରେ ନାଲ୍‌କୋ ଅନେକ ମାଇଲ୍‌ଖୁଣ୍ଟ ଅତିକ୍ରମ କରିଛି। ବ୍ୟବସାୟିକ ଉତ୍କର୍ଷର ୪୦ତମ ବର୍ଷରେ ପାଦ ଥାପୁଥିବାବେଳେ ନାଲ୍‌କୋକୁ ସମୟ ଅନୁସାରେ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ନବୀନତା ଏବଂ ସୃଜନଶୀଳତା ଉପରେ ଗୁରୁତ୍ୱାରୋପ କରିବାକୁ ପଡ଼ିବ। ନାଲ୍‌କୋର ପ୍ରତିଷ୍ଠାତାମାନଙ୍କୁ ସେ ଧନ୍ୟବାଦ ଜ୍ଞାପନ କରିବା ସହ ଏହାକୁ ଏକ ସଫଳ ଶିଳ୍ପାନୁଷ୍ଠାନ ଭାବେ ଗଢ଼ିତୋଳିବା ଲାଗି ନିରନ୍ତର କାର୍ଯ୍ୟରତ କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଏହି ଅବସରରେ କଳାକାର, ଅନୁଷ୍ଠାନ ଏବଂ ପ୍ରସିଦ୍ଧ ବିଶାରଦଙ୍କୁ ଓଡ଼ିଶୀ ନୃତ୍ୟ, ଦିବ୍ୟାଙ୍ଗମାନଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ଏବଂ ସଂସ୍କୃତ ଭାଷାର ପ୍ରଚାର ପ୍ରସାର ଆଦି ପାଇଁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ସଂସ୍କୃତ ଭାଷା ଓ ସାହିତ୍ୟର ପ୍ରଚାରପ୍ରସାର ପାଇଁ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ଏବଂ ପ୍ରଫେସର ରଘୁନାଥ ପଣ୍ଡାଙ୍କୁ ‘ନାଲ୍‌କୋ କାଳିଦାସ ସମ୍ମାନ’ ପ୍ରଦାନ କରାଯାଇଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ସଫଳତା ଓ ଅବଦାନ ଲାଗି ନୃତ୍ୟଗୁରୁ ବର୍ଗରେ ଭରତ ଚରଣ ଗିରି ଓ ରୂପଶ୍ରୀ ମହାପାତ୍ରଙ୍କୁ ‘ନାଲ୍‌କୋ ଖାରବେଳ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ନୃତ୍ୟଶିଳ୍ପୀ ବର୍ଗରେ ଗୌରୀଶଙ୍କର ଦାଶ ଓ ମଞ୍ଜୁଶ୍ରୀ ପଣ୍ଡାଙ୍କୁ ନାଲ୍‌କୋ ଖାରବେଳ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ଭିନ୍ନକ୍ଷମଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ପାଇଁ ଗଞ୍ଜାମ ଅର୍ଥୋପେଡିକାଲି ହାଣ୍ଡିକ୍ୟାପ୍‌ଡ ୱେଲ୍‌ଫେୟାର୍‌ ଆସୋସିଏଶନ୍‌କୁ ‘ନାଲ୍‌କୋ ସ୍ମାଇଲ୍ସ’ ପୁରସ୍କାର ପ୍ରଦାନ କରାଯାଇଛି। ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri