ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ ଉପକୃତ ହେବେ। ଶୁକ୍ରବାର ବ୍ରହ୍ମପୁରରେ ସିସିଏ ସମ୍ପର୍କରେ ଜନଜାଗରଣ ଲାଗି ଆୟୋଜିତ ପଦଯାତ୍ରା ଓ ସଭାରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ଏହା ସ୍ପଷ୍ଟ କରିଛନ୍ତି।
ସିସିଏକୁ ନେଇ ଗଞ୍ଜାମ ଜିଲାସ୍ତରୀୟ ଭାଜପାର ଜନଜାଗରଣ ପଦଯାତ୍ରା ଶୁକ୍ରବାର ମଧ୍ୟାହ୍ନରେ କମାପଲ୍ଲୀ ଛକରୁ ଆରମ୍ଭ ହୋଇଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ସାମିଲ ହୋଇ ସିଏଏକୁ ସମର୍ଥନ କରିବାକୁ ଜନସାଧାରଣଙ୍କୁ ସଚେତନ କରିଥିଲେ। ପଦଯାତ୍ରା ଟାଟାବେଞ୍ଜ ଛକ, ସୁବାରାଓ ଛକ, କଲେଜ ରୋଡ, ପୁରୁଣା ବସଷ୍ଟାଣ୍ଡ, ଅର୍ବାନ ବ୍ୟାଙ୍କ ରୋଡ, ଏସଏନଟି ରୋଡ, ଗିରି ମାର୍କେଟ, ହନୁମାନ ବଜାର ଛକ, ସିଟି ହାଇସ୍କୁଲ ରୋଡ ଦେଇ ଗାନ୍ଧୀ ପାର୍କ ରୋଡରେ ପହଞ୍ଚତ୍ଥିଲା। ଏଥିରେ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଥିବା ଦଳୀୟ ନେତା, କର୍ମୀ ଏବଂ ହଜାର ହଜାର ସମର୍ଥକ ସାମିଲ ହୋଇଥିଲେ।
ପରେ ରାମଲିଙ୍ଗମ ବନ୍ଧ ରୋଡରେ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ଓ ପୂର୍ବତନ ଏମ୍‌ପି ପଣ୍ଡା ଯୋଗଦେଇ ବକ୍ତବ୍ୟ ରଖିଥିଲେ। ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ନାଗରିକତ୍ୱ ଆଇନର ସଂଶୋଧନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏହା ହେଉଛି ଏକ ଐତିହାସିକ ପଦକ୍ଷେପ । କେତେକ ଦେଶରେ ଧର୍ମ ନାମରେ ନିର୍ଯାତିତ ସଂଖ୍ୟାଲଘୁ ସିଏଏ ଦ୍ୱାରା ସୁଫଳ ପାଇବାର ବାଟ ଫିଟିଛି। କଂଗ୍ରେସ ଓ ବାମପନ୍ଥୀ ଦଳଗୁଡ଼ିକ ଅସହିଷ୍ଣୁ ହୋଇ ବିଭିନ୍ନ ଭାବରେ ଏହାକୁ ବିରୋଧ କରିବା ସହ ଅପପ୍ରଚାର କରି ଜନସାଧାରଣଙ୍କୁ ବିଭ୍ରାନ୍ତ କରୁଛନ୍ତି ବୋଲି ଉଭୟେ କହିଥିଲେ। କାର୍ଯ୍ୟକ୍ରମରେ ଗତ ସାଧାରଣ ନିର୍ବାଚନରେ ଆସିକା ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ଦଳୀୟ ପ୍ରାର୍ଥୀ ଅନିତା ଶୁଭଦର୍ଶନୀ ଓ ଭୃଗୁ ବକ୍ସିପାତ୍ର ଏବଂ ସମସ୍ତ ବିଧାୟକ ପ୍ରାର୍ଥୀ ଯୋଗ ଦେଇଥିଲେ। ଗଞ୍ଜାମ ଭାଜପାର ପୂର୍ବତନ ସଭାପତି କାହ୍ନୁ ଚରଣ ପତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri