ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
କିଛିଦିନ ତଳେ ଗଞ୍ଜାମ ଜିଲାର ୧୩ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିଏଡ୍ ସାର୍ଟିଫିକେଟ ଯାଞ୍ଚ ପାଇଁ ଉକତ୍ଳ ବିଶ୍ୱବିଦ୍ୟାଳୟକୁ ପଠାଯାଇଥିଲା ା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକଙ୍କ ଦ୍ୱାରା ଯାଞ୍ଚ ବେଳେ ସେମାନଙ୍କ ମଧ୍ୟରୁ ୮ଜଣଙ୍କ ସାର୍ଟିଫିକେଟର ରୋଲ ନମ୍ବର ତାଲିକା ମଧ୍ୟରେ ନ ଥିବା ଜଣାପଡ଼ିଥିଲା ା ସେହିପରି ଅନ୍ୟ ଜଣେ ଶିକ୍ଷକ ବିଏଡ୍ ପରୀକ୍ଷାରେ ଉତ୍ତୀନ୍ନ ହୋଇ ନ ଥିବା ଜଣାପଡିଥିଲା ା ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ପରେ ଶୁକ୍ରବାର ଗଞ୍ଜାମ ଜିଲା ଡିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାପାଇଁ ବିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…
ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...
ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା
ଭୁବନେଶ୍ୱର,୧୭।୧୨: କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’
ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
Archives


