ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍‌ରୁମ୍‌ରେ ପଡ଼ିଯିବା ଫଳରେ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁରୁବାର ଅପରାହ୍ନ ୩ଟା ୧୫ରେ ତାଙ୍କର ମୃତ୍ୟୁ ଘଟିଥିଲେ। ଏହି ସମୟରେ ତାଙ୍କର ବଡ଼ପୁଅ ଦେବଦର୍ଶୀ ମିଶ୍ର, ମଝିଆ ପୁଅ ପ୍ରିୟଦର୍ଶୀ ମିଶ୍ର ଓ ସାନପୁଅ ବିଶ୍ୱଦର୍ଶୀ ମିଶ୍ର, ତିନିଝିଅଙ୍କ ସମେତ ପ୍ରିୟଦର୍ଶୀଙ୍କ ପତ୍ନୀ ରୋଜାଲିନୀ ପାଟଶାଣୀ ମିଶ୍ର ଉପସ୍ଥିତ ରହିଥିଲେ। ସ୍ବର୍ଗତ ଜଗନ୍ନାଥ ମିଶ୍ର ବାଲିପାଟଣା ଚଣାହାଟ ହାଇସ୍କୁଲ୍‌ରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଗତ ୨ ବର୍ଷ ତଳେ ତାଙ୍କର ମୃତ୍ୟୁ ହୋଇଥିଲା। ଦେବଦର୍ଶୀ ବରିଷ୍ଠ ପ୍ରଫେସର ଭାବେ ଅରୁଣାଚଳ ପ୍ରଦେଶରେ କାର୍ଯ୍ୟରତ। ସ୍ବର୍ଗତା ମିଶ୍ର ଜଣେ ପରୋପକାରୀ, ଧର୍ମପରାୟଣା ଓ ସମାଜସେବୀ ଭାବରେ ସ୍ଥାନୀୟ ଅଞ୍ଚଳରେ ବେଶ୍‌ ପରିଚିତ ଥିବାରୁ ତାଙ୍କ ମୃତ୍ୟୁରେ ବାଲିପାଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ହସ୍ପିଟାଲରୁ ତାଙ୍କ ମରଶରୀରକୁ ବାଲିପାଟଣାସ୍ଥିତ ତାଙ୍କ ଗ୍ରାମକୁ ଶେଷଦର୍ଶନ ଲାଗି ନିଆଯାଇଥିଲା। ଗୁରୁବାର ରାତିରେ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri