‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ ଅବସରରେ ବିଶିଷ୍ଟ ଅତିଥିମାନେ ଏହି ମତବ୍ୟକ୍ତ କରିଛନ୍ତି।
ଜଳେଶ୍ୱର ମହିଳା ମହାବିଦ୍ୟାଳୟ ପରିସରରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ରମାକାନ୍ତ ଭଞ୍ଜଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ସଭାରେ ଭୋଗରାଇ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଅନନ୍ତ ଦାସ ମୁଖ୍ୟ ଅତିଥି , ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନାରାୟଣ ପ୍ରସାଦ ସାହୁ ମୁଖ୍ୟ ବକ୍ତା ଏବଂ ଅବସରପ୍ରାପ୍ତ ଅଧ୍ୟକ୍ଷ ବିପିନ ବିହାରୀ ବିଶ୍ୱାଳ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ବାଲିଆପାଳରେ କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠାକୁ ବିରୋଧ କରି ଗଦାଧର ଜିଲାରେ ଦୁର୍ବାର ଜନଆନ୍ଦୋଳନ ଗଢି ତୋଳିଥିଲେ। ଧାନ, ମୀନ, ପାନର ଅଞ୍ଚଳ ଭାବେ ପରିଚିତ ବାଲିଆପାଳର ସ୍ବଣ୍ଣଗର୍ଭା ମାଟିକୁ ପ୍ରକଳ୍ପ ପାଇଁ ଉଜାଡି ଦିଆ ନ ଯାଉ ବୋଲି ଦର୍ଶାଇ ସେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ଚାପ ସୃଷ୍ଟି କରି ସଫଳ ହୋଇଥିଲେ। କେବଳ ଏହି ଆନ୍ଦୋଳନ ନୁହେଁ, ଗରିବ ଖଟିଖିଆଙ୍କ ପାଇଁ ସାରା ଜୀବନ ସେ ସଂଗ୍ରାମର ପଥ ବାଛି ନେଇଥିଲେ ବୋଲି ବକ୍ତାମାନେ ଦର୍ଶାଇଥିଲେ। ବିଧାୟକ ତଥା ମହାବିଦ୍ୟାଳୟର ସମ୍ପାଦକ ଅଶ୍ୱିନୀ କୁମାର ପାତ୍ର ସଭାରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଶେଷରେ ଅଧ୍ୟକ୍ଷ ଡଃ. ପ୍ରଫୁଲ୍ଲ କମାର ଦେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପୂର୍ଣ୍ଣଚନ୍ଦ୍ର ସେନାପତି, ରାଧାଶ୍ୟାମ ନାଥ, ସୂର୍ଯ୍ୟାନନ୍ଦ ପାଳ, ବିଦ୍ୟାଧର ମଲ୍ଲିକ, ବିଜୟ କୁମାର କାମିଳା, ନାମ୍ପୋ କ୍ଷେତ୍ରପାଳ ସୟଂ ସହାୟକା ଗୋଷ୍ଠୀ, ଶିଖରପୁର ସୁବର୍ଣ୍ଣରେଖା ମହିଳା ମହାସଂଘର କର୍ମକର୍ତ୍ତାମାନଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସତ୍ୟମୟ ଆଚାର୍ଯ୍ୟ, ସଂଗ୍ରାମ ପଟ୍ଟନାୟକ, ରତନ କୁମାର ମିଶ୍ର, ସୁଷମା ଚନ୍ଦ ଓ ଅନ୍ୟ ଅଧ୍ୟାପିକା ଅଧ୍ୟାପକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରାରମ୍ଭରେ ଅତିଥିମାନେ ସ୍ବର୍ଗତ ବିଧାୟକ ଗଦାଧର ଗିରିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ପୂର୍ବତନ ନଗରପାଳ ସ୍ବର୍ଗତ ସୁରେନ୍ଦ୍ର ଚନ୍ଦଙ୍କ ବିୟୋଗରେ ୧ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପ୍ରମୋଦ କୁମାର ପଣ୍ଡା ଓ ମହେଶ୍ୱର ପ୍ରଧାନଙ୍କ ପରିଚାଳନାରେ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri