ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଖଡ଼ଗପୁର ଏକାଦଶ ଚଳିତବର୍ଷର ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ୍‌ ଖଡ଼ଗପୁର ଏକାଦଶ ଓ ଜଳେଶ୍ୱର ରାଜଘାଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଖଡ଼ଗପୁର ଏକାଦଶ ବିପକ୍ଷ ଦଳକୁ ୫ଟି ଗୋଲ ଦେଇ ବିଜୟୀ ହେବା ସହିତ ଚାମ୍ପିୟନ ହୋଇଛି। ମୁଖ୍ୟଅତିଥି ଭାବେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଯୋଗଦେଇ ଚାମ୍ପିୟନ ଖଡ଼ଗପୁର ଏକାଦଶ ଟିମ୍‌କୁ ଟ୍ରଫି ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ରନର୍ସଅପ୍‌ ରାଜଘାଟ କ୍ଲବକୁ ଦେବଦତ୍ତ ନାୟକ ମେମୋରିଆଲ କପ୍‌ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ଧାମନଗର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ପାଳିଆର ପୂର୍ବତନ ସରପଞ୍ଚ ବସନ୍ତ ନାୟକ ଓ ଏମ୍‌ପିଙ୍କ ପ୍ରତିନିଧି ସୁରେଶ ଚନ୍ଦ୍ର ମହାନ୍ତି ଯୋଗ ଦେଇଥିଲେ। ବନମାଳି ବାରିକ ସଭାପତିତ୍ୱ ଓ ଉଦୟ କୁମାର ଜେନା ଅତିଥି ପରିଚୟ ପ୍ରଦାନ କରିଥିଲେ। ଶ୍ରୀଗଣେଶ କ୍ଲବ ସଭାପତି ଗୌରାଙ୍ଗ ଚନ୍ଦ୍ର ବେହେରା ସ୍ବାଗତ ଭାଷଣ ପ୍ରଦାନ ଓ ସମ୍ପାଦକ ସୁବାସ ଚନ୍ଦ୍ର ନାୟକ ବିବରଣୀ ପାଠ କରିଥିଲେ। ସଞ୍ଜୟ ହେମ୍ବ୍ରମ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ଓ ଆକବର ସାହା ମ୍ୟାନ ଅଫ୍‌ ଦି ସିରିଜ୍‌ ଭାବେ ବିବେଚିତ ହୋଇଥିଲେ। ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ କେଦାର ବିଶ୍ୱାଳ, ସେକ୍‌ ଭୋଲା ଓ ନାରାୟଣ ଧଳଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri