ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ ନାଗରିକ ଏହି ଆଇନ ଦ୍ୱାରା ପ୍ରଭାବିତ ହେବାର ତିଳେମାତ୍ର ଆଶଙ୍କା ନାହିଁ। ତିନୋଟି ପଡ଼ୋଶୀ ଦେଶରେ ଧର୍ମୀୟ ଉପତ୍ୀଡ଼ନର ଶିକାର ହୋଇଥିବା ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିବା ଲାଗି ଏହି ଆଇନ ପ୍ରଣୟନ ହୋଇଛି। ଦେଶର ବିରୋଧୀ ଦଳମାନେ ନିଜ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ବିଭିନ୍ନ ପ୍ରକାର ମିଥ୍ୟା ପ୍ରଚାର ଏବଂ ଗୁଜବ ସୃଷ୍ଟି କରି ସମାଜରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି। ଏପରିକି ହିଂସା ଜରିଆରେ ଦେଶରେ ଶାନ୍ତି ଭଙ୍ଗ କରିବା ସାଧାରଣ ଜନତାଙ୍କ ଧନଜୀବନ ନଷ୍ଟ କରୁଛନ୍ତି। ଗଣତନ୍ତ୍ରରେ ବାଦବିବାଦ, ତର୍କବିତର୍କର ସ୍ଥାନ ଅଛି କିନ୍ତୁ ହିଂସାର ସ୍ଥାନନାହିଁ। ବିରୋଧୀଙ୍କ ଅପପ୍ରଚାର ବିରୋଧରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଜନସଚେନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଯୁବମୋର୍ଚ୍ଚା ତରଫରୁ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ଏକ ମାନବ ଶୃଙ୍ଖଳ କରାଯାଇ ସଚେତନ କରାଯାଇଛି। ହାତରେ ଜାତୀୟ ପତାକା ଧରି ଶହ ଶହ କାର୍ଯ୍ୟକର୍ତ୍ତା ସିଏଏ ସମର୍ଥନରେ ସ୍ଲୋଗାନ ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆଗାମୀ ଦିନରେ ସମସ୍ତ ଜିଲାରେ ଯୁବମୋର୍ଚ୍ଚା ତରଫରୁ ସିଏଏ ସମର୍ଥନରେ ଦସ୍ତଖତ ଅଭିଯାନ କରାଯିବା ସହ ଯୁବବର୍ଗଙ୍କୁ ଏହି ଆଇନର ଆବଶ୍ୟକତା ବିଷୟରେ ସଚେତନ କରାଯିବ ବୋଲି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପି, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri