Posted inଫୁରସତ

ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁର ଧୂଆଁରେ ସମଗ୍ର ବିଶ୍ୱ ହେବ ପ୍ରଭାବିତ

ଓ୍ବାଶିଂଟନ୍‌: ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁରୁ ବାହାରିଥିବା ଧୂଆଁ ସମଗ୍ର ପୃଥିବୀର ୪୦ ହଜାର ୭୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିବା ସମ୍ଭାବନା ରହିଛି। ଏବେସୁଦ୍ଧା ଅଧା ଅଂଶରେ ବ୍ୟାପି ସାରିଲାଣି। ନାସା ବୈଜ୍ଞାନିକ ସାଟେଲାଇଟ୍‌ ମାଧ୍ୟମରେ ଏହାକୁ ଟ୍ରାକ୍‌ କରିଛନ୍ତି। ଏହି ଧୂଆଁ ତସ୍ମାନ ସାଗର ଏବଂ ପ୍ରଶାନ୍ତ ମହାସାଗର ପାର କରି ଆଗକୁ ବଢ଼ି ଚାଲିଛି। ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁରେ ଏପର୍ଯ୍ୟନ୍ତ ୨୫ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଆକଳନ କରାଯାଇଛି। ନାସା ଅନୁଯାୟୀ, ୮ ଜାନୁୟାରୀ ପର୍ଯ୍ୟନ୍ତ ଧୂଆଁ ୧୧ ହଜାର କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା। ଏହି ଧୂଆଁ ନ୍ୟୁଜିଲାଣ୍ଡ୍‌ ଉପକୂଳ ଅଞ୍ଚଳ ଛାଡ଼ି ଦକ୍ଷିଣ ଆମେରିକା ନିକଟରେ ପହଞ୍ଚି ସାରିଛି। ଏହାପରେ ସିଡ୍‌ନୀ, ମେଲବୋର୍ନ, ଏଡିଲେଡ୍‌, କେନ୍‌ବରା ଧୂଆଁରେ ଆଚ୍ଛାଦିତ ହୋଇପଡ଼ିଛି। ନାସା କହିବା ଅନୁସାରେ, କିଛି ସପ୍ତାହ ମଧ୍ୟରେ ଧୂଆଁ ଅଷ୍ଟ୍ରେଲିଆ ଆକାଶରେ ପୁଣି ଛାଇଯିବ। ଏହି ଧୂଆଁ ଆଗାମୀ ଦିନରେ ଝଡ଼ର ରୂପ ନେଇପାରେ। ବୈଜ୍ଞାନିକମାନେ କୁହନ୍ତି, ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ବାୟୁମଣ୍ଡଳ ଉତ୍ତପ୍ତ ହେବା ସହ ପ୍ରବଳ ଗରମ ଅନୁଭୂତ ହେବ। ଏହି ଧୂଆଁ ବାୟୁମଣ୍ଡଳର ଉପରିଭାଗ ଏବଂ ସମତାପ ମଣ୍ଡଳର ନିମ୍ନଭାଗରେ ପ୍ରାୟ ୧୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚି ପାରିବ। ଫଳରେ ଏହି ଧୂଆଁରେ ସମଗ୍ର ବିଶ୍ୱ ପ୍ରଭାବିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri