Odisha Elections 2024

ହାତୀ ପାଇଁ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ରାସ୍ତାରୋକୋ

ବଡ଼ସାହି,୭ା୧(ସ୍ବ.ପ୍ର): ବଡ଼ସାହି-ସୁହାଗପୁର ଜଙ୍ଗଲରେ କିଛି ଦିନ ହେଲା ଏକ ଦନ୍ତା ହାତୀ ବୁଲୁଥିବାରୁ ସେହି ଅଞ୍ଚଳରେ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ନିୟମିତ ବିଦ୍ୟୁତକାଟ୍‌ କରାଯାଉଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ ବୁଧବାର ରାସ୍ତାରୋକ କରିଥିଲେ। ସନ୍ଧ୍ୟା ସମୟରେ ମହିଳାପୁରୁଷମାନେ ବଡ଼ସାହି-ଉଦଳା ରାସ୍ତାର ଗୁହାଳଡିହୀଠାରେ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ଏକ ଘଣ୍ଟା ଧରି ଯାନବାହାନ ଚଳପ୍ରଚଳ ଠପ୍‌ ହୋଇଯାଇଥିଲା। ବନବିଭାଗର କର୍ମଚାରୀମାନେ ହାତୀ ଘଉଡାଇବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜି ଥିବା ଜଣା ପଡ଼ିଛି।
ଡୁକୁରା ରେଞ୍ଜ କାର୍ଯ୍ୟାଳୟ ଅଧୀନ ସୁହାଗପୁର ସଂରକ୍ଷିତ ଜଙ୍ଗଲରେ ଏହି ଦନ୍ତା ହାତୀଟି ରହି ଉପଦ୍ରବ ଚଳାଉଛି। ଦିନ ବେଳେ ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ନିକଟବର୍ତ୍ତୀ ଗୁହାଳଡିହୀ, ଗଉଡମୁଣ୍ଡଳୀ, ସୁହାଗପୁର, କଉଡିଖଣି, ମାରକୁଣ୍ଡି, ଚାନ୍ଦଡିହା, ଛେଳିଆ(କ) ଆଦି ଗ୍ରାମମାନଙ୍କରେ ଆସି ଉପଦ୍ରବ କରୁଛି। ସନ୍ଧ୍ୟା ଠାରୁ ସକାଳ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବିଦ୍ୟୁତ ସରବରାହକୁ ବିଚ୍ଛିନ୍ନ କରୁଛନ୍ତି। ମକର ପର୍ବରେ ଗାଁ ଗଣ୍ଡା ଅନ୍ଧକାରରେ ରହୁଥିବାରୁ ଉପଭୋକ୍ତାମାନେ ନାନା ପ୍ରକାର ହଇରାଣ ହରକତ ହେଉଛନ୍ତି ବୋଲି ଗ୍ରାମର ମନୋରଞ୍ଜନ ବେହେରା, ରବୀନ୍ଦ୍ର କୁମାର ହେମ୍ବ୍ରମ ଓ ସନତ କୁମାର ବେହେରା ପ୍ରକାଶ କରିଛନ୍ତି। ସନ୍ଧ୍ୟାରୁ ସକାଳ ୧୨ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଅଭାବରେ ନିର୍ଭରଶୀଳ ମାଟ୍ରିକ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ଫଳରେ ଅସନ୍ତୁଷ୍ଟ ଗ୍ରାମବାସୀ ବନ ବିଭାଗର ନିଷ୍କ୍ରିୟତାକୁ ଦାୟୀ କରୁଛନ୍ତି। ଜଙ୍ଗଲରେ ହାତୀଟି ରହୁଥିବାରୁ ଉକ୍ତ ରାସ୍ତା ଦେଇ ଚଳପ୍ରଚଳ କରୁଥିବା ଲୋକମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଡୁକୁରା ରେଞ୍ଜର ଘଟଣାସ୍ଥଳକୁ ଆସି ସମସ୍ୟାର ସମାଧାନ ନ କରିବା ପର୍ଯ୍ୟନ୍ତ ରାସ୍ତାରୁ ଉଠିବୁ ନାହିଁ ବୋଲି ଅଞ୍ଚଳବାସୀ ଅଡି ବସିଥିଲେ। ଖବରପାଇ ବଡ଼ସାହି ପୋଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବଭାବିକ ହୋଇଥିଲା। ଖୁବଶୀଘ୍ର ହାତୀ ଘଉଡାଇବା ବ୍ୟବସ୍ଥା କରାନଗଲେ ଆଗାମୀ ଦିନରେ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ ନାଁରେ ବଳିପଡୁଛି ଗଛ, ବଢୁଛି ତାପମାତ୍ରା

ପଟ୍ଟାମୁଣ୍ଡାଇ,୧୯ା୫(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନଁାରେ ଦୈନିକ ଶତାଧିକ ଗଛ ବଳିପଡୁଛି। ବିକାଶ ଆଳରେ ଦୈନିକ ବନ କ୍ଷୟ...

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

କେନ୍ଦ୍ରାପଡ଼ା, ୧୯ା୫(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଯୋଗୁ ଯୁବବର୍ଗଙ୍କୁ କର୍ମନିଯୁକ୍ତି ସହ ଜିଲାର ଅର୍ଥନୀତି ଚଳଚଞ୍ଚଳ ହୁଏ। ଏଥିପାଇଁ କେନ୍ଦ୍ର ସରକାରଙ୍କ...

କନ୍ଧମାଳ, ରାୟଗଡ଼ା ଗଞ୍ଜେଇର ବଢ଼ିଛି ଚାହିଦା

ନୟାଗଡ଼, ୧୯।୫(ଲୋକନାଥ ମିଶ୍ର)କନ୍ଧମାଳ ଓ ରାୟଗଡ଼ା ଗଞ୍ଜେଇର ଚାହିଦା ବଢ଼ୁଛି। ପୋଲିସ ଓ ଅବକାରୀ ବିଭାଗର ଧରପଗଡ଼ରେ ବିଭିନ୍ନ ସମୟରେ କନ୍ଧମାଳ ଜିଲାର ବ୍ୟବସାୟୀ ଓ...

ଟ୍ରେଣ୍ଡ୍‌ କରୁଛି ‘ବାଏ ବାଏ ପାଣ୍ଡିଆନ୍‌’, ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ୍‌’

ଭୁବନେଶ୍ୱର, ୧୯।୫ (ବନ୍ଦନା ସେଠୀ)୨୦୨୪ ସାଧାରଣ ନିର୍ବାଚନକୁ ନେଇ ଉଭୟ ବିଜେଡି ଏବଂ ଭାଜପା ନେତା ପରସ୍ପରକୁ ଦୋଷ ଲଦିବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବା...

ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ...

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର,୧୯।୫: ବିଜେଡିରୁ ଇସ୍ତଫା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ଦାଶ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଭିଡିଓ ଜାରି କରି...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri