ଆରମ୍ଭ ହେଲା ମକର ମଉଜ

ବାରିପଦା ଅଫିସ,୧୬।୧- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲରେ ଗଣପର୍ବ ଭାବେ ଖ୍ୟାତି ଲାଭ କରିଥିବା ମକର ପର୍ବ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି। ବିଶେଷ କରି ଆଦିବାସୀ ସମ୍ପ୍ରଦାୟ ପାଇଁ ଏହି ଦିନଟି ବେଶ ଉତ୍କଣ୍ଠାର ଦିନ। ଏହି ଦିନ ସେମାନେ ତାଙ୍କ ପାରମ୍ପରିକ ଟୁସୁ ଦେବୀଙ୍କୁ ପୂଜା କରି ଘରେ ଘରେ ବୁଲାଇବା ସହ ନାଚଗୀତରେ ଆସର ଜମାଇ ଥାଆନ୍ତି। ଏଠାରେ ଖାଲି ଆଦିବାସୀ ନୁହଁନ୍ତି। ସମଗ୍ର ମୟୂରଭଞ୍ଜ ଜିଲାରେ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଘରେ ଘରେ ମକର ପାଇଁ ପିଠା ପଣା ସହ ଭୋଜି ଭାତର ଆୟୋଜନ ମଧ୍ୟ କରିଥାନ୍ତି। ମକର ଉତ୍ସବ ଉପଲକ୍ଷେ ଦେବକୁଣ୍ଡଠାରେ ଥିବା ମା’ ଅମ୍ବିକା ପୀଠ, ଖିଚିଂଠାରେ ଥିବା ମା’କୀଚକେଶ୍ୱରୀ ପୀଠ, ଦୁଆରଶୁଣୀ, ଭୀମକୁଣ୍ଡ, ବୁଢ଼ାବଳଙ୍ଗ ନଦୀରେ ହଜାର ହଜାର ଲୋକେ ଭୋର ବୁଡ ପକାଇ ନିଜ ପରିବାରର ଶୁଭ ମନାସିଛନ୍ତି। ଆଦିବାସୀ ସମ୍ପ୍ରଦାୟର ଲୋକଙ୍କ ସହ ସମସ୍ତେ ଏହି ଦିନରେ ଘରେ ଘରେ ପିଠା ପଣା ସହ ଚୁଡା, ତିଲଉ, ଗୁଡ ଏବଂ ଆଖୁ ମିଶା ଭୋଗ ଖାଇବା ସହ ନୂଆ ବସ୍ତ୍ର ପରିଧାନ କରି ମଜ୍ଜା ଉଠାଇଥିଲେ। ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ବାରିପଦା ସହରରେ ଥିବା ଜଗନ୍ନାଥ ମନ୍ଦିର, ମା’ଅମ୍ବିକା ମନ୍ଦିର, ହନୁମାନ ମନ୍ଦିର ଆଦି ବିଭିନ୍ନ ମନ୍ଦିରମାନଙ୍କରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲିକ୍ଷିତ ହୋଇଥିଲା। ଆଦିବାସୀଙ୍କ ପାରମ୍ପରିକ ନୃତ୍ୟ ତଥା ମକର ମେଳା ଜିଲାର ବିଭିନ୍ନ ସ୍ଥାନରେ ସପ୍ତାହେ ବ୍ୟାପି ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri