ଟିକ୍‌ଟକ୍‌ ଶୁଟିଂ ବେଳେ ଦୁର୍ଘଟଣା : ଭିଣୋଇ ମୃତ, ଶାଳକ ଗୁରୁତର

ବ୍ରହ୍ମପୁର ଅଫିସ,୧୬ା୧-୧୬ନଂ. ଜାତୀୟ ରାଜପଥ ଖଜୁରିଆ ବାଇପାସ ନିକଟରେ ବୁଧବାର ସନ୍ଧ୍ୟାରେ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ବାଇକ୍‌ରେ ବସି ୨ ଜଣ ଯୁବକ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଟ୍ରକ୍‌ ଧକ୍କାରେ ଭିଣୋଇ (ବାଇକ୍‌ ଚାଳକ)ଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ଶାଳକ ଗୁରୁତର ହୋଇଛନ୍ତି। ମୃତକ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର ଶିବ ଶଙ୍କର ସାହୁ (୩୨)। ଅନ୍ୟପଟେ ସଂଜ୍ଞାହୀନ ଅବସ୍ଥାରେ ଥିବା ଯୁବକ ଗୋଳନ୍ଥରା ଥାନା ଅଞ୍ଚଳର ଶିବ ପାତ୍ର (୨୨) ବୋଲି ପୋଲିସ ସ୍ପଷ୍ଟ କରିଛି।
ଘଟଣାରୁ ପ୍ରକାଶ, ବାଇକ୍‌ ନଂ. ଓଆର ୦୭ ଭି-୨୪୮୮ ରେ ଶିବ ଶଙ୍କର ସାହୁ ଓ ତାଙ୍କ ଶାଳକ ରାଜପଥ ଉପରେ ବାଇକ୍‌ରେ ବସି ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ତାଙ୍କ ବାଇକ୍‌ ପଛପଟକୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ସେମାନେ ଖସିପଡି ଥିଲେ। ସ୍ଥାନୀୟ ଲୋକେ ଉଭୟ ଗୁରୁତର ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଏମ୍‌କେସିଜି ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ଶିବ ଶଙ୍କର ସାହୁଙ୍କୁ ମୃତ ଘୋଷଣ କରିଥିଲେ। ଟ୍ରାଫିକ ପୋଲିସ ମୃତଦେହ ଜବତ କରି ନଂ.୦୩/୨୦ ରେ ମାମଲା ରଜୁ କରିଛି। ଅନ୍ୟପଟେ ଘଟଣା ପରେ ଟ୍ରକ ସେଠାରୁ ଫେରାର ହୋଇଯାଇଥିବା ଜଣା ପଡିଛି। ଜାତୀୟ ରାଜପଥରେ ଲାଗିଥିବା ସିସି ଟିଭି କ୍ୟାମେରା ଯାଞ୍ଚ କରି ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକର ସନ୍ଧାନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri