ପୁରୀରେ ୭ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର କଲେ ସମୀକ୍ଷା

ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାହାରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ। ସେଠାରୁ କାର୍‌ରେ ଆସି ମଧ୍ୟାହ୍ନ ୧୨ଟାରେ ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପରେ ସାଢେ ୧୨ଟାରେ ମ୍ୟୁନିସିପାଲିଟି ମାର୍କେଟ ପଡ଼ିଆରେ ପହଞ୍ଚି ୪ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି।

ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଗଢିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଭିତ୍ତିଭୂମିର ବିକାଶ, କ୍ଷତିଗ୍ରସ୍ତଙ୍କୁ ଥଇଥାନ, ନୂଆ ବହୁଥାକିଆ ରାସ୍ତା, ସେତୁ, ପାର୍କିଂ ଆଦିର ପରିକଳ୍ପନା କରାଯାଇଛି। ପୁରୀର ବିକାଶ ନକ୍ସାରେ ବହୁ ମେଗା ପ୍ରକଳ୍ପ ସ୍ଥାନ ପାଇଛି। ତନ୍ମଧ୍ୟରୁ ଗୁରୁବାର ୭ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ଏହି ପ୍ରକଳ୍ପଗୁଡ଼ିକ ହେଉଛି ଶ୍ରୀସେତୁ, ତୀର୍ଥଯାତ୍ରୀ କେନ୍ଦ୍ର, ବହୁତଳ କାର୍‌ ପାର୍କିଂ, ମ୍ୟୁନିସିପାଲିଟି ନୂତନ ମାର୍କେଟ କମ୍ପ୍ଲେକ୍ସ, ସ୍ବର୍ଗଦ୍ୱାରର ପୁନରୁଦ୍ଧାର, ସମୁଦ୍ରକୂଳରେ ଭେଣ୍ଡିଂଜୋନ ଏବଂ ମଧ୍ୟାହ୍ନଭୋଜନ ଓ ଆହାର ଯୋଜନାର କେନ୍ଦ୍ରୀକରଣ ରୋଷଶାଳା।

ଶ୍ରୀ ସେତୁ
ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ବାଇପାସ୍‌ଠାରୁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ହେବାକୁ ଥିବା ପିଲଗ୍ରୀମ ସେଣ୍ଟରକୁ ଶ୍ରୀସେତୁ ଦ୍ୱାରା ସଂଯୋଗ କରାଯିବ। ଅବଢା ଯୋଜନାରେ ନିର୍ମାଣ ହେବାକୁ ଥିବା ଶ୍ରୀସେତୁ ପାଇଁ ୧୮୧ କୋଟି ଟଙ୍କା ଖର୍ଚ୍ଚ ହେବ। ରାସ୍ତା ଓ ବ୍ରଜ୍‌ଲ ଲମ୍ବ ପ୍ରାୟ ୨.୩ କିମି ହେବ। ଏହି ସେତୁ ପାଇଁ ପୁରୀ ତହସିଲ ଅନ୍ତର୍ଗତ ୪ଟି ମୌଜା ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ନଂ-୧ ଓ ଦାଣ୍ଡିମାଳ ସାହିର ବେସରକାରୀ ଓ ସରକାରୀ ଜମି ମିଶି ୩୭ ଏକର ୯୮୪ ଡେସିମିଲ ଅଧିଗ୍ରହଣ ହେବ। ମୋଟ ଜମି ମଧ୍ୟରୁ ବେସରକାରୀ ଜମି ୩୪ ଏକର ୨୪୬ ଡେସିମିଲ ଥିବାବେଳେ ସରକାରୀ ଜମି ୩ ଏକର ୭୩୮ ଡେସିମିଲ ରହିଛି। ଏଥିମଧ୍ୟରେ ସମଙ୍ଗ ମୌଜାରୁ ସର୍ବାଧିକ ବେସରକାରୀ ଜମି ୧୭ ଏକର ୯୪୭ ଡେସିମିଲ ଜମି ଅଧିଗ୍ରହଣ କରାଯିବ ବୋଲି ଜଣାପଡ଼ିିଛି।

ତୀର୍ଥଯାତ୍ରୀ କେନ୍ଦ୍ର
ବାହାରୁ ଆସୁଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ଅବଢା ଯୋଜନାରେ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ପିଲଗ୍ରୀମ୍‌ ସେଣ୍ଟର ବା ତୀର୍ଥଯାତ୍ରୀ କେନ୍ଦ୍ର ତିଆରି କରାଯିବ। ଏହା ୬ ମହଲା ବିଶିଷ୍ଟ ହେବ। ଏଠାରେ ୧୦୦୦ କାର୍‌ ପାର୍କିଂ ପାଇଁ ବହୁମୁଖୀ ପାର୍କିଂ ନିର୍ମାଣ ହେବ। ଧ୍ୟାନକେନ୍ଦ୍ର, ବ୍ୟବସାୟିକ ସୁବିଧା ଆଦି କରାଯିବ। ଏଥିପାଇଁ ପ୍ରାୟ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ବହୁତଳ କାର୍‌ ପାର୍କିଂ
ପୁରୁଣା ଜେଲ୍‌ରୋଡ ପରିସରରେ ୪ ମହଲା ବିଶିଷ୍ଟ ବହୁତଳ କାର୍‌ ପାର୍କିଂ କରାଯିବ। ଏଠାରେ ୫୦୦ କାର୍‌ ଓ ୫୦୦ ଦୁଇଚକିଆ ଗାଡ଼ିି ରହିପାରିବ। ଏଥିସହ ୩୫୦ ଦୋକାନ ଘର କରାଯିବ। ଏଥିପାଇଁ ୯୦ କୋଟି ୨୨ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ
ମ୍ୟୁନିସିପାଲିଟି ମାର୍କେଟ କମ୍ପ୍ଲେକ୍ସ ନୂତନ ଭାବେ ତିଆରି କରାଯିବ। ଏଠାରେ ବେସ୍‌ମେଣ୍ଟ ଏବଂ ଗ୍ରାଉଣ୍ଡ ଫ୍ଲୋର ବାଦ୍‌ ୩ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହେବ। ପ୍ରାୟ ୫୦୦ ଦୋକାନ ଘର ରହିବ। ୧୦୦ଟି ଚାରିଚକିଆ ଗାଡ଼ି ରହିବା ଭଳି ପାର୍କିଂ ସୁବିଧା ଉପଲବ୍ଧ ହେବ। ୩୦୦ କିଲୋୱାଟ୍‌ର ରୁଫ୍‌ଟଫ୍‌ ସୋଲାର ସିଷ୍ଟମ ରହିବ। ଏଥିରେ ପ୍ରାୟ ୪୪ କୋଟି ୮୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ।

ଉପରୋକ୍ତ ୪ଟି ପ୍ରକଳ୍ପ ବ୍ୟତୀତ ସ୍ବର୍ଗଦ୍ୱାର ପୁନଃ ବିକାଶ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶବଦାହ ପାଇଁ ଆସୁଥିବା ସମ୍ପର୍କୀୟଙ୍କ ଲାଗି ଏଠାରେ ଅତ୍ୟାଧୁନିକ ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ବ୍ୟୟ ବରାଦ ହୋଇଥିବା ଅର୍ଥରେ ୧୮ଟି ଶବଦାହ ପିଣ୍ଡି କରାଯିବ। ସମୁଦ୍ର କୂଳରେ ୮୦୦ ଭେଣ୍ଡିଂଜୋନ (କିଓସ୍କ) କରାଯିବ। ଏଥିପାଇଁ ୧୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ସରକାରୀ ବିଦ୍ୟାଳୟ ମଧ୍ୟାହ୍ନଭୋଜନ ଓ ଆହାର ଯୋଜନାର କେନ୍ଦ୍ରୀକରଣ ରୋଷଶାଳାର ମଧ୍ୟ ଶିଳାନ୍ୟାସ କରାଯାଇଛି। ମଙ୍ଗଳାଘାଟଠାରେ ୫୦ ହଜାର ବର୍ଗଫୁଟ ଜାଗାରେ ଏହି ରୋଷଶାଳା ତିଆରି କରାଯିବ। ଏଠାରେ ପ୍ରତ୍ୟହ ୫୦ହଜାର ମିଲ୍‌ ପ୍ରସ୍ତୁତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri