କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା

ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଏ ନେଇ କୌଣସି ସୂଚନା ଏ ଯାଏ ଫରେଷ୍ଟ ରେଞ୍ଜର କଲେଜକୁ ପୋଲିସ ପକ୍ଷରୁ ପଠାଯାଇନାହିଁ। ଫଳରେ ସମ୍ପୃକ୍ତ କିରାଣିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ତ ଦୂରର କଥା ଏଯାଏ କର୍ମଚାରୀ ଜଣକ କୁଆଡ଼େ ଯାଇଛନ୍ତି ସେ ନେଇ କଲେଜ ଅଧ୍ୟକ୍ଷ ଅବଗତ ହୋଇପାରୁନାହାନ୍ତି। ଏପରି କି କନିଷ୍ଠ କିରାଣିଙ୍କ ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭିତ୍ତିକରି ସେ ଗତ ୬ ତାରିଖରେ ଅନୁଗୋଳ ଥାନାକୁ ଚିଠି ଲେଖି ଜାଣିବାକୁ ଚାହିଁଥିଲେ। କିନ୍ତୁ ଥାନାକୁ ପଠାଯାଇଥିବା ଚିଠିର ଉତ୍ତର ତାଙ୍କୁ ଅଦ୍ୟାବଧି ମିଳି ନ ଥିବା କଲେଜ ଅଧ୍ୟକ୍ଷ ଭି. କାର୍ତ୍ତିକ ଅଭିଯୋଗ କରିଛନ୍ତି। ଏ ନେଇ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଅଧ୍ୟକ୍ଷ ପ୍ରକାଶ କରିଛନ୍ତି।
ସରକାରୀ ନିମୟ ଅନୁଯାୟୀ କୌଣସି ସରକାରୀ କର୍ମଚାରୀଙ୍କୁ ଗିରଫ କରାଗଲେ ତୁରନ୍ତ ଉକ୍ତ ବିଭାଗୀୟ ମୁଖ୍ୟଙ୍କୁ ପୋଲିସ ଅବଗତ କରିବ। କିନ୍ତୁ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣିଙ୍କୁ ଗତ ୩ ତାରିଖରୁ ପୋଲିସ ଗିରଫ କରିଥିଲେ ମଧ୍ୟ ଅଦ୍ୟାବଧି ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇ ନାହିଁ। ଫଳରେ ସମ୍ପୃକ୍ତ କନିଷ୍ଠ କିରାଣିଙ୍କୁ ସସ୍‌ପେଣ୍ଡ କରିବାରେ ସମସ୍ୟା ଉପୁଜୁଥିବା କଲେଜ ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଥାନାରେ ଅଟକ ଥିବାବେଳେ କନିଷ୍ଠ କିରାଣି କଲେଜକୁ କିପରି ଛୁଟି ଦରଖାସ୍ତ ପଠାଇଲେ ତାହାର ଖୋଳତାଡ଼ କରା ନ ଯିବା ବୁଦ୍ଧିଜୀବୀ ମହଲକୁ ଆଶ୍ଚର୍ଯ୍ୟ କରିଛି।
ଏ ନେଇ ଅନୁଗୋଳ ଏସ୍‌ପି ଜଗମୋହନ ମୀନା କହିଛନ୍ତି, ଫରେଷ୍ଟ ରେଞ୍ଜର କଲେଜ ଅଧ୍ୟକ୍ଷଙ୍କୁ ଥାନା ପକ୍ଷରୁ ଚିଠି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri