ସୁନାପଲ୍ଲୀରେ ଯୁବକଙ୍କୁ ହତ୍ୟା : ପାଳଗଦାରୁ ଦରପୋଡ଼ା ମୃତଦେହ ଉଦ୍ଧାର

କବିସୂର୍ଯ୍ୟନଗର,୧୮ା୧-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦିଆଯାଇଛି। ଶୁକ୍ରବାର ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ମୃତକ ହେଲେ ଉକ୍ତ ଥାନା ଆଠଗଡ଼ପାଟଣାର ସୁରେଶ ଦାସ ଓରଫ କାଳିଆ (୨୪)। ମୃତକଙ୍କ ଭାଇ ରବୀନ୍ଦ୍ରଙ୍କ ଏତଲାକୁ ଭିତ୍ତି କରି ସ୍ଥାନୀୟ ପୋଲିସ ନଂ. ୧୪/୨୦ରେ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରୁ ବ୍ୟାଗ, ହେଲ୍‌ମେଟ, ବାଇକ୍‌, ଡିଏଲ୍‌, ଏଟିଏମ୍‌ କାର୍ଡ ପୋଲିସ ଜବତ କରିଛି।
ପ୍ରକାଶ ଯେ, କାଳିଆ ପୁରୀର ଏକ ହୋଟେଲ୍‌ରେ କାମ କରନ୍ତି। ଗୁରୁବାର ସନ୍ଧ୍ୟାରେ ସେ ବ୍ରହ୍ମପୁର ଯିବି ବୋଲି ଘରେ କହି ଅଶିନିପୁର ସାଙ୍ଗ ଘରକୁ ଯାଇଥିଲେ। ସେଠାରୁ ବାଇକ୍‌ରେ ଭାରତଲୀଳା ନାଟକ ଦେଖିବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଶୁକ୍ରବାର ସକାଳେ ସୁନାପଲ୍ଲୀ ଗ୍ରାମ ଲାଲୁଘାଇ ନିକଟରେ ଥିବା ଏକ ପାଳଗଦାରେ ନିଅଁା ଲାଗିଥିବା ଲୋକେ ଦେଖିଥିଲେ। ନିଅଁାରେ ଏକ ମୃତଦେହ ଜଳୁଥିବା ଦେଖି ସେମାନେ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିବା ବେଳେ ପୋଲିସ ପହଞ୍ଚତ୍ ଯୁବକଙ୍କ ଦରପୋଡ଼ା ମୃତହେଦ ଉଦ୍ଧାର କରିଥିଲା। ମୃତକଙ୍କ ଦୁଇଟି ଗୋଡ଼ ଶରୀରରୁ ବିଚ୍ଛିନ୍ନ ହୋଇପଡ଼ିଥିବା ବେଳେ ଧାରୁଆ ଅସ୍ତ୍ରରେ ମୁଣ୍ଡର ୨/୩ ସ୍ଥାନରେ ହଣାଯାଇଥିବା ପୋଲିସ କହିଛି। ପ୍ରାଥମିକ ତଦନ୍ତରୁ ଏହି ଘଟଣା ଗୁରୁବାର ମଧ୍ୟରାତିରେ ଘଟିଥିବା ବେଳେ ପ୍ରଥମେ ହତ୍ୟା ତା’ ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ମୃତଦେହ ପାଳଗଦାରେ ପକାଇ ପୋଡ଼ି ଦିଆଯାଇଥିବା ପୋଲିସ କହିିଛି।
ଘଟଣାସ୍ଥଳରେ କବିସୂର୍ଯ୍ୟନଗର ଏଏସ୍‌ଆଇ ସ୍ନେହା ମଞ୍ଜରୀ ସାହୁ ଓ ପ୍ରସନ୍ନ କୁମାର ପରିଡ଼ା, ବାଲିଛାଇ ଫାଣ୍ଡି ଅଧିକାରୀ ଉମା ଚରଣ ପ୍ରହରାଜ, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ପୋଲସରା ଆଇଆଇସି ଜିତେନ୍ଦ୍ର ମଳିକଙ୍କ ସହ ସାଇଣ୍ଟିଫିକ୍‌ ଟିମ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ପୋଲିସ ସୁନାପଲ୍ଲୀ ସ୍କୁଲ ନିକଟରୁ ଜଣଙ୍କୁ ଧରିବା ସହ ଅନ୍ୟ ଜଣେ ଫେରାର ଅଛନ୍ତି। ଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଧିକ ଘଟଣା ସମ୍ପର୍କରେ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri