ସରକାରୀ ଧାନ କିଣା ପ୍ରହସନ

ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ କ୍ରୟ କେନ୍ଦ୍ରମାନ ଖୋଲାଯାଇଛି। କିନ୍ତୁ କେନ୍ଦୁଝର ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁ ବହୁ କୃଷକ ଧାନ ସରକାରୀ ମଣ୍ଡିରେ ବିକ୍ରି କରିପାରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଅନେକ ଚାଷୀ ବହୁ ପରିଶ୍ରମ ଓ ଟଙ୍କା ଖର୍ଚ୍ଚ କରି ଧାନ ଫସଲ କରିଥିବା ବେଳେ କମ୍‌ ମୂଲ୍ୟରେ ଦଲାଲଙ୍କୁ ବିକ୍ରି କରିବାକୁ ବାଧ୍ୟ ହେଉଥିବା ଦେଖିବାକୁ ମିଳୁଛି। ଏଥିପାଇଁ ସେମାନଙ୍କୁ କ୍ଷତି ସହିବାକୁ ପଡୁଛି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଏଣୁ ସରକାରୀ ଭାବେ ଧାନ କିଣା ପ୍ରହସନ ବୋଲି ସଦର ଅଞ୍ଚଳର କେତେଜଣ ଚାଷୀ ପ୍ରକାଶ କରିଛନ୍ତି।
ଧାନ ବିକ୍ରି କରିବା ପାଇଁ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପଞ୍ଜୀକୃତ କରିବା ସକାଶେ ନିୟମ ଥିବାବେଳେ ଅନେକ ଏଥିରୁ ବଞ୍ଚିତ ହୋଇଥିବା ଅଭିଯୋଗ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ କୌଣସି ସଚେତନତା କାର୍ଯ୍ୟକ୍ରମ କରାଯାଇ ନ ଥିବାରୁ ବହୁ କୃଷକ ପଞ୍ଜୀକରଣ କରିପାରି ନ ଥିବା କହିଛନ୍ତି। ସଦର ଅଞ୍ଚଳରେ ମାତ୍ର ୧୦ପ୍ରତିଶତ କୃଷକ ପଞ୍ଜୀକୃତ ହୋଇଥିବା ସୂଚନା ମିଳିଛି। ବ୍ୟାଙ୍କରୁ ଋଣ ଆଣି ଧାନଚାଷ କରିଥିଲେ। ସରକାରଙ୍କ ଧାର୍ଯ୍ୟ ମୂଲ୍ୟରେ ଧାନ ବିକ୍ରି କରିଥିଲେ ଭଲ ଦୁଇପଇସା ପାଇପାରିଥାନ୍ତେ। କିନ୍ତୁ ପ୍ରଶାସନର ଆନ୍ତରିକତା ଅଭାବରୁ କମ୍‌ ମୂଲ୍ୟରେ ଦଲାଲମାନଙ୍କୁ ଧାନ ବିକ୍ରି କରିବାକୁ ପଡୁଛି ବୋଲି କେତେକ ଚାଷୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗଯୋଗ ହୋଇପାରି ନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ସହ ଧାନ ବିକ୍ରି କରିପାରୁ ନ ଥିବା କୃଷକଙ୍କ ପାଇଁ ପଦକ୍ଷେପ ଗ୍ରହଣ କରି ସରକାରୀ ମୂଲ୍ୟରେ ଧାନ କ୍ରୟ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri