ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାସ୍ତାରେ ଯାନବାହନ ଚଳାଇବା ବେଳେ ସଡ଼କ ସୁରକ୍ଷା ନିୟମ ପାଳନ କଲେ ଦୁର୍ଘଟଣା ହ୍ରାସ ପାଇବ ବୋଲି ପ୍ରକାଶ କରିଥିଲେ। ସେହିଭଳି ଖାଲି ପ୍ରଶାସନ ସଚେତନ କଲେ ହେବ ନାହିଁ ନିଜେ ସଚେତନ ହୋଇ ସଡ଼କ ସୁରକ୍ଷା ନିୟମକୁ ପାଳନ କରିବା ଦରକାର ବୋଲି ଅତିରିକ୍ତ ଜିଲାପାଳ ରାୟ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଏସ୍‌ପି ଶଶିଭୂଷଣ ଶତପଥୀ, ନୟାଗଡ଼ ତହସିଲଦାର ଭିକାରୀ ସାହୁ ଯୋଗଦେଇ ସଡ଼କ ସୁରକ୍ଷା ବିଷୟରେ ବକ୍ତବ୍ୟ ରଖିଥିଲେ। ଗାଡ଼ି ଚଳାଇବା ବେଳେ ମୋବାଇଲ ଫୋନ ବ୍ୟବହାର ନ କରିବା, କାର ଚଳାଇବା ବେଳେ ସିଟ ବେଲଟ୍‌ ବାନ୍ଧିବା ଏବଂ ବାଇକ୍‌ ଚଳାଇବା ବେଳେ ହେଲ୍‌ମେଟ୍‌ ବ୍ୟବହାର କରିବା ପାଇଁ ଅତିଥିମାନେ ଚାଳକମାନଙ୍କୁ ଅନୁରୋଧ କରିଥିଲେ। ଏହି ଅବସରରେ ଦୁର୍ଘଟଣା ସମୟରେ ସହାୟତା କରିଥିବା ଗଣିଆ ବ୍ଳକର ବାମନ ଚରଣ ବାରିକ, ରାଜକିଶୋର ଡାଙ୍ଗୁଆଙ୍କ ସମେତ ଜିଲାର ୫ ଜଣ ବ୍ୟକ୍ତିଙ୍କୁ ଗୁଡ୍‌ ସାମାରିଟାନ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା। ସେହିଭଳି ସଡ଼କ ସୁରକ୍ଷା ବିଷୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସକାଳେ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରି ସଡ଼କ ସୁରକ୍ଷା ସଚେତନତା ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ। ଶୋଭାଯାତ୍ରାରେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଏନସିସି ଛାତ୍ରୀଛାତ୍ର, ବଜେନ୍ଦ୍ର ଉଚ୍ଚବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ବୁଦ୍ଧିଜୀବୀମାନେ ଯୋଗଦେଇଥିଲେ। ଆଞ୍ଚଳିକ ପରିବହନ ବିଭାଗ କାର୍ଯ୍ୟାଳୟର ବରିଷ୍ଠ କିରାଣି ନିହାର ରଞ୍ଜନ ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri