ଚନ୍ଦ୍ରଭାଗା ବେଳାଭୂମି ବୁଲିଲେ ମୁଖ୍ୟ ଶାସନ ସଚିବ

କୋଣାର୍କ,୧୯ା୧(ଡି.ଏନ.ଏ): କୋଣାର୍କ ନିକଟରେ ଚାଲିଥିବା ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଶନିବାର ବରିଷ୍ଠ ଅଧିକାରୀମାନଙ୍କର ବୈଠକ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ସମେତ ବହୁ ଆଇଏଏସ୍‌ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସକାଳ ୭ଟାରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଚନ୍ଦ୍ରଭାଗା ବେଳାଭୂମି ପରିଦର୍ଶନ କରିଛନ୍ତି। ଚନ୍ଦ୍ରଭାଗା ବେଳାଭୂମିରେ ପର୍ଯ୍ୟଟକଙ୍କ ନିମନ୍ତେ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ, ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ସହ ପର୍ଯ୍ୟଟକଙ୍କ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସମ୍ପର୍କରେ କୋଣାର୍କ ଏନ୍‌ଏସି ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରିଥିଲେ। ପର୍ଯ୍ୟଟକଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଶୌଚାଳୟ ଓ ବେଳାଭୂମିରେ ଅଧିକ ଡଷ୍ଟବିନ ରଖିବା ସହିତ ବେଳାଭୂମିକୁ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ା ମୁଖ୍ୟ ଶାସନ ସଚିବଙ୍କ ସହିତ ଅତିରିକ୍ତ ଶାସନ ସଚିବ ସୁରେଶ କୁମାର ମହାପାତ୍ର, ନଗର ଉନ୍ନୟନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ପୁରୀ ଜିଲାପାଳ ବଲୱନ୍ତ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri