ଖଟିଆରେ ବୁହାହେଲେ ଗର୍ଭବତୀ: ସାଧାରଣରେ ଅସନ୍ତୋଷ

ବିଜେପୁର,୧୯।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କନଡିହି ଗ୍ରାମକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତାରେ କଲଭର୍ଟ କାମ ଚାଲିଥିବାରୁ ରବିବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହିନେବାକୁ ପଡ଼ିଥିବା ଅଭିଯୋଗ ହୋଇଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, କନଡିହି ଗ୍ରାମର ସୁଶାନ୍ତ ପଟେଲଙ୍କ ସ୍ତ୍ରୀ ରେବତୀଙ୍କ ରବିବାର ଭୋର୍‌ରୁ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ୧୦୨ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ତୁରନ୍ତ ଉକ୍ତ ଗାଡ଼ି ମଧ୍ୟ ଆସିଥିଲା। ମାତ୍ର କଲଭର୍ଟ କାମ ଯୋଗୁ ରାସ୍ତା ଖୋଲା ଯାଇଥିବା ବେଳେ ଡାଇଭର୍‌ସନ ରାସ୍ତା ଦିଆଯାଇ ନାହିଁ। ଫଳରେ ଉକ୍ତ ଗାଡ଼ି ଗାଁ ଭିତରକୁ ଯାଇପାରି ନ ଥିଲା। ଏହା ଦ୍ବାରା ବାଧ୍ୟ ହୋଇ ପରିବାର ଲୋକେ ରେବତୀଙ୍କୁ ଖଟିଆରେ ୫୦୦ମିଟର ବୋହି ନେଇଥିଲେ। ପରେ ତାଙ୍କୁ ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ତାଙ୍କର ଏକ କନ୍ୟାସନ୍ତାନ ଜନ୍ମ ହୋଇଥିବା ଜଣାପଡ଼ିଛି। ରାସ୍ତା କାର୍ଯ୍ୟ କାହିଁକି ବିଳମ୍ବ ହେଉଛି ସେନେଇ ତଦନ୍ତ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ଏମ୍‌ପି

ତୁମୁଡିବନ୍ଧ,୨୬ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଶୁକ୍ରବାର ତୁମୁଡିବନ୍ଧ ଗସ୍ତ କରି ବ୍ଲକ୍‌ ପରିସରରେ ଥିବା ମିଶନ ଶକ୍ତି କାଫେ, ବେଲଘର...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri