ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ

ଗଣିଆ,୨୦ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜର ନୟାଗଡ ଜିଲା ସଭାପତି ବିକ୍ରମ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ଗଣିଆ, ଦଶପଲ୍ଲା, ନୂଆଗାଁ, ଖଣ୍ଡପଡା ଓ ଭାପୁର ବ୍ଲକର ଶତାଧିକ ପୂଜକ ଯୋଗଦେଇଥିଲେ। ଜିଲାସ୍ତରରେ ପୂଜକ ସମାଜର ଏକତ୍ରୀକରଣ ନେଇ ସଭାପତି ସମସ୍ତଙ୍କୁ ଆହ୍ବାନ କରିଥିଲେ। ପୂଜକ ସମାଜର ଜନସାଧାରଣ ସରକାରଙ୍କ ବିଭିନ୍ନ ଯୋଜନାରୁ ବଞ୍ଚିତ ହେଉଛନ୍ତି ବୋଲି ଅନେକ ଅଭିଯୋଗ କରିଥିଲେ। ସେମାନେ ବିଭିନ୍ନ ମନ୍ଦିରରେ ପୂଜା କରୁଥିବା ବେଳେ ଠାକୁରଙ୍କ ନାମରେ ଥିବା ଜମିଗୁଡିକ କେବଳ ଚାଷ କରି ଚଳୁଛନ୍ତି। ନିଜ ନାମରେ ଜମି ପଟ୍ଟା ନ ଥିବାରୁ ପିଲାମାନଙ୍କ ପାଇଁ ଜାତିଗତ ପ୍ରମାଣପତ୍ର ପାଇଁ ବହୁ ହଇରାଣ ହେବାକୁ ପଡୁଛି। ସେହିପରି ଘରଡିହ ପଟ୍ଟା ନ ଥିବାରୁ ବହୁ ପୂଜକ ସରକାରଙ୍କ ଇନ୍ଦିରାଆବାସରୁ ବଞ୍ଚିତ ହେଉଥିବା ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ତେବେ ଆଗାମୀ ଦିନରେ ପୂଜକ ସମାଜର ବିଭିନ୍ନ ସମସ୍ୟା ସମାଧାନ ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବ ବୋଲି ସମାଜର ଜିଲା ସଭାପତି ସୂଚନା ଦେଇଛନ୍ତି। ଏହି ଅବସରରେ ସମାଜର ଜିଲା ସମ୍ପାଦକ ପ୍ରଫୁଲ୍ଲ କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବ୍ଲକ ଶିବଶକ୍ତୀ ପୂଜକ ସମାଜର କର୍ମକର୍ତ୍ତା ମନୋନୟନ କରାଯାଇଥିଲା। ସଭାପତି ଭାବେ ପ୍ରଶନ୍ନ କୁମାର ରଣା, ସମ୍ପାଦକ ଯଶୋବନ୍ତ ମହାପାତ୍ର, କୋଷାଧ୍ୟକ୍ଷ ଭାବେ ବୀରେନ କୁମାର ରଣାଙ୍କ ସମେତ ୮ଜଣିଆ ପରିଚାଳନା କମିଟି ସଭ୍ୟଙ୍କୁ ମନୋନୀତ କରାଯାଇଥିଲା। ସେହିପରି ଗୁପ୍ତେଶ୍ୱର ମହାଦେବ ମନ୍ଦିର ପୂଜକ ସମାଜ ପଞ୍ଚୁପଲ୍ଲୀ ପ୍ରଗଣାର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ସଭାପତି ଭାବେ ଆନନ୍ଦ ଚନ୍ଦ୍ର ରଣା, ସମ୍ପାଦକ ଗଙ୍ଗାଧର ରଣାଙ୍କୁ ମନୋନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri