Posted inଜାତୀୟ

ପ୍ରଚାର ନ କରି କାମ କରିବାକୁ ଭାଜପାକୁ ପରାମର୍ଶ ଦେଲା ଶିବସେନା

ମୁମ୍ବାଇ, ୩।୬: ପ୍ରଚାର ଏବଂ ପ୍ରତିଶ୍ରୁତିରେ ସମୟ ନ ବିତାଇ କାମ କରିବାକୁ ଭାଜପାକୁ ଶିବସେନା ପରାମର୍ଶ ଦେଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା ପ୍ରକାଶ ପାଇଛି। ଏଥିରେ ଭାଜପା ସରକାର ଦେଶର ଜିଡିପି ଏବଂ ବେକାରି ସମସ୍ୟା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି। ଗତ ୫ ବର୍ଷରେ କେନ୍ଦ୍ର ସରକାରଙ୍କୁ ୧୦ କୋଟି ନିଯୁକ୍ତି ଲକ୍ଷ ପାର କରିବାକୁ ଥିତ୍ବା ସମ୍ପର୍କରେ ଶିବସେନା କହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି ସରକାର ଗତ ୫ ବର୍ଷରେ ବର୍ଷ ପିଛା ୨ କୋଟି ନିଯୁକ୍ତି ଲକ୍ଷ୍ୟ ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହା ହୋଇପାରିନାହିଁ। ତେଣୁ ଏହା ପୂରଣ ପାଇଁ ଉଦ୍ୟମ ହେବା ଜରୁରୀ ବୋଲି ଶିବସେନା କହିଛି। ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ୩ ଶହ ଆମେରିକା କମ୍ପାନୀ ଚାଇନା ଛାଡି ଭାରତ ଆସୁଥିବା ସୂଚନା ଦେଇଥିଲେ। ତେବେ ମୋଦି ସରକାର ଦାୟିତ୍ୱ ସମ୍ଭାଳିବା ପରେ ଏବେ ଆମେରିକାର ଡୋନାଲ୍ଟ ଟ୍ରମ୍ପ୍‌ ସରକାର ଭାରତ ଉପରେ ବ୍ୟବସାୟ ପ୍ରତିବନ୍ଧକ ଲଗାଇଛନ୍ତି। ଏହାର ସମାଧାନ ସରକାର ଶୀଘ୍ର କରିବା ଆବଶ୍ୟକ ବୋଲି ଶିବସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର...

ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍‌ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ

ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍‌ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ...

ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ

ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ...

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri