ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୧।୧

ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ ସାମଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟ ସ୍ଥଳେ ଅଧିକ ୬ ମାସ ଜେଲ ଦଣ୍ଡ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲା ଅନୁଯାୟୀ, ଦଶମ ଶ୍ରେଣୀରେ ପଢ଼ୁଥିବା ସମ୍ପୃକ୍ତା ନାବାଳିକାଙ୍କ ସହ ଅଭିଯୁକ୍ତ ପ୍ରଶାନ୍ତ ପ୍ରଥମେ ପ୍ରେମ ସମ୍ପର୍କ ରଖିଥିଲେ। ମାଟ୍ରିକ୍‌ ପରୀକ୍ଷା ସରିବା ପରେ ନାବାଳିକାଙ୍କୁ ଘରୁ ନେଇ ବିବାହ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ହେଲେ ୨୦୧୩ ମାର୍ଚ୍ଚ ୨୦ ସନ୍ଧ୍ୟାରେ ଅଭିଯୁକ୍ତ ନାବାଳିକାଙ୍କୁ ଫୋନ କରି ଘର ବାହାରକୁ ଡାକିଥିଲେ। ନାବାଳିକା ଜଣଙ୍କ ବାହାରକୁ ଆସିବା ପରେ ତାଙ୍କୁ କିଛି ଦୂରକୁ ନେଇ ଅନିଚ୍ଛାସତ୍ତ୍ବେ ଶାରୀରିକ ସମ୍ପର୍କ ରଖିଥିଲେ। ୩/୪ ମାସ ପରେ ବିବାହ କରିବେ ବୋଲି ଅଭିଯୁକ୍ତ କହିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପାଟି ଶୁଣି ନାବାଳିକାଙ୍କ ମା’ ପହଞ୍ଚତ୍ବାରୁ ଅଭିଯୁକ୍ତ ପ୍ରଶାନ୍ତ ତାଙ୍କୁ ଧକ୍କା ମାରିବା ସହ ନାବାଳିକାଙ୍କୁ ମାଡ଼ ମାରି ଫେରାର ହୋଇଯାଇଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ସେହି ମାସ ୨୪ ତାରିଖରେ ନାବାଳିକା ରେଙ୍ଗାଳି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୫ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଅଭିଯୁକ୍ତ ପ୍ରଶାନ୍ତଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ ପ୍ରଦାନ କରିଥିଲେ। ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସରୋଜ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri